ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍‌ଡି ନିଯୁକ୍ତି କ୍ଷେତ୍ରରେ ଏଭଳି ପରିବର୍ତ୍ତନ ହେବ। ଏଭଳି ପଦକ୍ଷେପ ଦ୍ୱାରା ଟାଲେଣ୍ଟ ପୁଲ୍‌ର ସମ୍ପ୍ରସାରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପବ୍ଲିକ ଏଣ୍ଟରପ୍ରାଇଜ ସିଲେକ୍ସନ ବୋର୍ଡ(ପିଇଏସ୍‌ବି) ଏ ନେଇ ବିଭିନ୍ନ ପ୍ରସ୍ତାବ ଦେଇଛି। ପୂର୍ବରୁ ବ୍ୟାଙ୍କିଙ୍ଗ କ୍ଷେତ୍ର ଉଚ୍ଚ ପଦପଦବୀଗୁଡିକୁ ପୂରଣ କରିବାରେ ସଂସ୍କାର ଧାରା ଗ୍ରହଣ କରାଯାଇଛି। ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ପାଳି ବୋଲି କୁହାଯାଉଛି। କମ୍ପାନୀଗୁଡିକର ସମସ୍ତ ଅଧ୍ୟକ୍ଷ ପଦବୀ ସମେତ ପରିଚାଳନା ନିର୍ଦ୍ଦେଶକ, ମାନବ ସମ୍ବଳ ଏବଂ ଅର୍ଥ ବିଭାଗର ନିର୍ଦ୍ଦେଶକ ଭଳି ପଦବୀ ଲାଗି ବର୍ଷ ଆରମ୍ଭରୁ ସାକ୍ଷାତକାର କରାଯିବାକୁ ପରାମର୍ଶରେ କୁହାଯାଇଛି। ଏଭଳି ସାକ୍ଷାତକାର ଆଧାରରେ ସରକାରଙ୍କୁ ସୁପାରିଶ କରାଯିବ ବୋଲି ଜଣାପଡିଛି। ନିଯୁକ୍ତି ସମୟରେ ବ୍ୟକ୍ତି ବିଶେଷଙ୍କ ପରଫରମାନ୍ସକୁ ଗୁରୁତ୍ୱ ଦିଆଯିବ। ଅଧିକ ସ୍କୋର କରିଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରାଥମିକତା ମିଳିବ। ଏକାଥରେ ପଦବୀଗୁଡିକ ଲାଗି ବିଜ୍ଞାପନ ଦିଆଯିବ। ଗୋଟିଏ ପଦବୀ ଲାଗି ଅନ୍ତତଃ ପକ୍ଷେ ୧୬ ଜଣ ଆବେଦନ କରିପାରିବେ। ଏହା ବର୍ତ୍ତମାନ ୧୨ ରହିଛି। ଏହା ସହ ଅନ୍ୟ ପ୍ରସ୍ତାବ ମଧ୍ୟ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri