ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନିଯୁକ୍ତିରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୩୦।୮: କେନ୍ଦ୍ର ସରକାର ସରକାରୀ ନିଯୁକ୍ତିରେ ପରିବର୍ତ୍ତନ କରିବା ଲାଗି ଯୋଜନା ପ୍ରସ୍ତୁତ କରୁଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଅଧ୍ୟକ୍ଷ ଏବଂ ଏମ୍‌ଡି ନିଯୁକ୍ତି କ୍ଷେତ୍ରରେ ଏଭଳି ପରିବର୍ତ୍ତନ ହେବ। ଏଭଳି ପଦକ୍ଷେପ ଦ୍ୱାରା ଟାଲେଣ୍ଟ ପୁଲ୍‌ର ସମ୍ପ୍ରସାରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପବ୍ଲିକ ଏଣ୍ଟରପ୍ରାଇଜ ସିଲେକ୍ସନ ବୋର୍ଡ(ପିଇଏସ୍‌ବି) ଏ ନେଇ ବିଭିନ୍ନ ପ୍ରସ୍ତାବ ଦେଇଛି। ପୂର୍ବରୁ ବ୍ୟାଙ୍କିଙ୍ଗ କ୍ଷେତ୍ର ଉଚ୍ଚ ପଦପଦବୀଗୁଡିକୁ ପୂରଣ କରିବାରେ ସଂସ୍କାର ଧାରା ଗ୍ରହଣ କରାଯାଇଛି। ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ପାଳି ବୋଲି କୁହାଯାଉଛି। କମ୍ପାନୀଗୁଡିକର ସମସ୍ତ ଅଧ୍ୟକ୍ଷ ପଦବୀ ସମେତ ପରିଚାଳନା ନିର୍ଦ୍ଦେଶକ, ମାନବ ସମ୍ବଳ ଏବଂ ଅର୍ଥ ବିଭାଗର ନିର୍ଦ୍ଦେଶକ ଭଳି ପଦବୀ ଲାଗି ବର୍ଷ ଆରମ୍ଭରୁ ସାକ୍ଷାତକାର କରାଯିବାକୁ ପରାମର୍ଶରେ କୁହାଯାଇଛି। ଏଭଳି ସାକ୍ଷାତକାର ଆଧାରରେ ସରକାରଙ୍କୁ ସୁପାରିଶ କରାଯିବ ବୋଲି ଜଣାପଡିଛି। ନିଯୁକ୍ତି ସମୟରେ ବ୍ୟକ୍ତି ବିଶେଷଙ୍କ ପରଫରମାନ୍ସକୁ ଗୁରୁତ୍ୱ ଦିଆଯିବ। ଅଧିକ ସ୍କୋର କରିଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରାଥମିକତା ମିଳିବ। ଏକାଥରେ ପଦବୀଗୁଡିକ ଲାଗି ବିଜ୍ଞାପନ ଦିଆଯିବ। ଗୋଟିଏ ପଦବୀ ଲାଗି ଅନ୍ତତଃ ପକ୍ଷେ ୧୬ ଜଣ ଆବେଦନ କରିପାରିବେ। ଏହା ବର୍ତ୍ତମାନ ୧୨ ରହିଛି। ଏହା ସହ ଅନ୍ୟ ପ୍ରସ୍ତାବ ମଧ୍ୟ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri