ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ଲାଗୁ ହେବ। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଏହି ଗାଇଡଲାଇନ୍‌ ଅନୁସାରେ ଏଣିକି କରୋନା ସଂକ୍ରମିତ ବହୁଳ ଅଞ୍ଚଳକୁ ଚିହ୍ନଟ କରି ସ୍ଥାନୀୟ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ କିମ୍ବା ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ପାଇଁ ନିଷ୍ପତ୍ତି ନେଇପାରିବେ। କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କ୍ଷମତା ଜିଲାପାଳ ଓ ପୌର ପରିଷଦକୁ ଦିଆଯାଇଛି। ଯେଉଁ ଅଞ୍ଚଳରେ ଅଧିକ ସଂକ୍ରମଣ ଚିହ୍ନଟ ହେବ ତାହାକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ନେଇପାରିବ। କଣ୍ଟେନମେଣ୍ଟ ଜୋନ୍‌ରୁ କେହି ବାହାରି ପାରିବେନି। ଘରକୁ ଘର ସର୍ଭେ ହେବ। ସେହିଭଳି ଧର୍ମାନୁଷ୍ଠାନ ଭିତରକୁ କେତେଜଣ ଶ୍ରଦ୍ଧାଳୁ ଯିବେ ଓ ଧାର୍ମିକ କାମରେ କେତେଜଣ ସାମିଲ ହୋଇପାରିବେ ତାହା ସ୍ଥାନୀୟ ପ୍ରଶାସନର ନିଷ୍ପତ୍ତି ଉପରେ ନିର୍ଭର କରିବ। ସେହିଭଳି ଟେଷ୍ଟିଂ, ଟ୍ରାକିଂ ଓ ଟ୍ରିଟ୍‌ମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଇଛି।
ଏପରି କି ଅଧିକ ଆର୍‌ଟି-ପିସିଆର ଟେଷ୍ଟ କରିବାକୁ କୁହାଯାଇଛି। ଏହାସହ ମାସ୍କ ଓ ସାମାଜିକ ଦୂରତା କଡ଼ାକଡ଼ି ପାଳନ କରିବାକୁ କୁହାଯାଇଛି। ସେପଟେ ପିପିଲି ଉପନିର୍ବାଚନ ପାଇଁ ମଧ୍ୟ ଗାଇଡଲାଇନ୍‌ ଜାରି ହୋଇଛି। ସଭାସମିତି ପାଇଁ କଟକଣା ଜାରି କରାଯାଇଛି। ଇନ୍‌ଡୋର ହଲ୍‌ରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯାଇପାରିବ। ଇନ୍‌ଡୋର ହଲ୍‌ରେ ୫୦% ସିଟ୍‌ରେ ଲୋକେ ବସିପାରିବେ। ସଭାରେ ମାସ୍କ ଓ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ। ଖୋଲା ଜାଗାରେ ଆକାର ଦେଖି ସଂଖ୍ୟା ପ୍ରଶାସନ ନିର୍ଦ୍ଧାରଣ କରିବ। ରାଜ୍ୟରେ କରୋନାର ଦ୍ବିତୀୟ ଲହର ଆଶଙ୍କାରେ ସରକାର ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ମାସକ ପୂର୍ବରୁ ବିବାହ ଭୋଜିରେ ୫୦୦ ଲୋକଙ୍କୁ ସାମିଲ୍‌ ଅନୁମତି ଦିଆଯାଇଥିଲା। ଏହି ସଂଖ୍ୟାକୁ ମାର୍ଚ୍ଚରେ ପୁଣି ୨୦୦କୁ ହ୍ରାସ କରିଦିଆଯାଇଥିଲା। ଏପ୍ରିଲ୍‌ରେ ଏହି ସୀମିତ ସଂଖ୍ୟା ବଳବତ୍ତର ରହିବ। ଏହା ସହ ଅନ୍ତ୍ୟେଷ୍ଟି କ୍ରିୟାରେ ସର୍ବାଧିକ ୫୦ ଲୋକଙ୍କୁ ଅନୁମତି ମିଳିବ। ନିର୍ଦ୍ଦେଶନାମାରେ କେବଳ ବିବାହ ଓ ଅନ୍ତ୍ୟେଷ୍ଟିକ୍ରିୟାରେ ଲୋକସଂଖ୍ୟା ଉପରେ କଟକଣା ଜାରି କରାଯାଇଛି। ଅନ୍ୟ କୌଣସି ଧାର୍ମିକ, ରାଜନୈତିକ, ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ କିଛି ସୂଚନା ଦିଆଯାଇ ନାହିଁ। ଗାଇଡଲାଇନରେ ସ୍ପଷ୍ଟ କରାଯାଇଛି ଯେ, କୌଣସି ହଲ୍‌ରେ ବିବାହ ଭୋଜି ହେଲେ ହଲ୍‌ କ୍ଷମତାର ୫୦ ପ୍ରତିଶତରୁ ଅଧିକ ଲୋକଙ୍କୁ ଅନୁମତି ମିଳିବ ନାହିଁ। ଖୋଲା ଜାଗାରେ ବିବାହ ଭୋଜି କରାଗଲେ, ଜାଗାର ଆକାରକୁ ଦେଖି ଅନୁମତି ଦିଆଯିବ। ତେବେ ତାହା ୨୦୦ରୁ ଅଧିକ ହେବ ନାହିଁ। ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା, ଥର୍ମାଲ୍‌ ସ୍କାନିଂ ଓ ହାତ ଧୁଆକୁ ବାଧ୍ୟତାମୂଳକ କରାଯିବ। ଏଥିପାଇଁ ଆୟୋଜକ ସମସ୍ତ ବନ୍ଦୋବସ୍ତ ନିଶ୍ଚିତ କରାଇବେ। ସମସ୍ତ ଜିଲାପାଳ, ଏସ୍‌ପି, ମହାନଗର ନିଗମ କମିଶନର ଓ ପୋଲିସ କମିଶନର କୋଭିଡ୍‌ ଗାଇଡଲାଇନ୍‌ ଠିକ୍‌ ଭାବେ ପାଳନ ହେଉଛି କି ନାହିଁ ତାହାର କଡ଼ାକଡ଼ି ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri