ପଥଚାରୀଙ୍କ ପାଇଁ ରାଜ୍ୟ, ଜାତୀୟ ରାଜପଥରେ ହେବ ସ୍ବତନ୍ତ୍ର ଟ୍ରାକ୍‌

ଭୁବନେଶ୍ବର,୧୬ା୯(ବ୍ୟୁରୋ):ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ରହିବ ସ୍ବତନ୍ତ୍ର ଟ୍ରାକ୍‌, ଯେଉଁଥିରେ କେବଳ ପଥଚାରୀ ଚାଲିବେ। ଠିକ୍‌ ସେମିତି ସାଇକେଲ ଚାଳକଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ଟ୍ରାକ୍‌ ରହିବ। ହେଲେ ସେହି ରାସ୍ତାରେ ଯାନବାହନ ଯାଇପାରିବ ନାହିଁ। ରାଜ୍ୟର ସବୁ ସଡ଼କରେ ଏଭଳି ଡିଜାଇନ ରହିବ। ଦୁର୍ଘଟଣା ରୋକିବା ଲାଗି ପରିବହନ ବିଭାଗ ରାଜ୍ୟ ମୋଟର ଭେଇକିଲ୍‌ ଆକ୍ଟ ୧୯୯୩ରେ ସଂଶୋଧନକରି ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି। ସେଥିପାଇଁ ବିଭାଗ ଡ୍ରାଫ୍ଟ ପଲିସି ପ୍ରସ୍ତୁତ କରିଛି। ଜାତୀୟ ଓ ରାଜ୍ୟ ରାଜପଥରେ ପଥଚାରୀ ଏବଂ ସାଇକେଲ ଚାଳକ ଯାଉଥିବାରୁ ଅଧିକାଂଶ ସମୟରେ ଭିଡ଼ ହେଉଛି। ଏହାଛଡ଼ା ଯାନବାହନର ଦ୍ରୁତଗତି ଯୋଗୁ ପଥଚାରୀ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ଏହାକୁ ରୋକିବା ଲାଗି ପରିବହନ ବିଭାଗ ଡ୍ରାଫ୍ଟ ପଲିସି ପ୍ରସ୍ତୁତକରି ପୂର୍ତ୍ତ ବିଭାଗ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷ(ଏନ୍‌ଏଚ୍‌ଏଆଇ) ପାଖକୁ ମତାମତ ପାଇଁ ପଠାଇଥିବା ଜଣାପଡ଼ିଛି। କେବଳ ସେତିକି ନୁହେଁ, ଯେଉଁସବୁ ସ୍ଥାନରେ ନୂଆ ରାସ୍ତା ହେବ, ସେଠାରେ ଠିକାଦାର ପଥଚାରୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରାକ୍‌ କରିବେ। ଡିଜାଇନରେ ରାସ୍ତା ତିଆରି କରିବେ, ନଚେତ୍‌ ପ୍ରକଳ୍ପ ମୂଲ୍ୟର ଏକ ପ୍ରତିଶତକୁ ଫାଇନ ଆକାରରେ କଟାଯାଇ ରୋଡ୍‌ ସେଫ୍‌ଟି ଫଣ୍ଡରେ ଜମା କରାଯିବ ବୋଲି ଡ୍ରାଫ୍ଟ ପଲିସିରେ କୁହାଯାଇଛି। ସେହିପରି ଜାତୀୟ ରାଜପଥରେ ପ୍ରତି ୨ କିଲୋମିଟର ବ୍ୟବଧାନରେ ପଥଚାରୀ ରାସ୍ତା ପାରହେବା ଲାଗି ଫୁଟ୍‌ ଓଭରବ୍ରିଜ୍‌, ସବ୍‌ଓ୍ବେ ଓ କ୍ରସ୍‌ ୱେର ବ୍ୟବସ୍ଥା କରିବାକୁ କୁହାଯାଇଛି। ଏଭଳି ଯୋଜନାକୁ ସଡ଼କ ସୁରକ୍ଷା କର୍ମୀ ସ୍ବାଗତ କରିଥିବା ବେଳେ ରାସ୍ତାକଡ଼ରେ ଜବରଦଖଲ ଉଚ୍ଛେଦ ବଡ଼ ଚାଲେଞ୍ଜ ହେବ ବୋଲି ମତ ରଖିଛନ୍ତି। ତେବେ ଏ ନେଇ ପରିବହନ ବିଭାଗର ପ୍ରତିକ୍ରିୟା ମିଳିପାରି ନାହିଁ। ରାଜ୍ୟର ପ୍ରତି ସ୍ଥାନରେ ସଡ଼କ ପରିବହନଜନିତ ତ୍ରୁଟି ପାଇଁ ଅକାଳରେ ହଜାର ହଜାର ଲୋକଙ୍କ ଦୁର୍ଘଟଣାରେ ପ୍ରାଣ ଯାଉଛି। କେଉଁଠି ରାସ୍ତା ଉପରେ ପାର୍କିଂ ତ ଆଉ କେଉଁଠି ସାଇକେଲ ଟ୍ରାକ୍‌ରେ ବାଇକ୍‌ ଗଡୁଛି। ରଙ୍ଗ୍‌ ଡ୍ରାଇଭ୍‌ ମଧ୍ୟ ପ୍ରାଣଘାତୀ ସାବ୍ୟସ୍ତ ହେଉଛି। ରାଜ୍ୟରେ ଯଥେଷ୍ଟ ଫୁଟ୍‌ ଓଭର ବ୍ରିଜ୍‌ ଯଦିଓ ନାହିଁ, ଯେଉଁସବୁ ସ୍ଥାନରେ ଅଛି ସେଠାରେ ଲୋକ ସେତେଟା ବ୍ୟବହାର କରୁନାହାନ୍ତି। ଜାତୀୟ ରାଜପଥକୁ ସଂଯୋଗ କରୁଥିବା ସର୍ଭିସ ରୋଡ୍‌ ମଧ୍ୟ ଦୁର୍ଘଟଣାର ମୁଖ୍ୟ କାରଣ ପାଲଟିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri