ପିସିସିରେ ହେବ ବ୍ୟାପକ ଅଦଳବଦଳ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ କଂଗ୍ରେସ ସଂଗଠନରେ ବ୍ୟାପକ ପରିବର୍ତ୍ତନ ହେବ। ହାଇକମାଣ୍ଡଙ୍କ ଡାକରା ପାଇ ଶନିବାର କେତେ ଜଣ ବିଧାୟକ ଓ ବରିଷ୍ଠ ନେତା ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରବିବାର ଅନ୍ୟ ନେତାମାନେ ଦିଲ୍ଲୀ ଯିବେ। ୯ ତାରିଖରେ ଓଡିଶା ନେତାଙ୍କ ସହ ରାଜ୍ୟ କଂଗ୍ରେସ ସଂଗଠନ ଉପରେ ରାହୁଲ ଗାନ୍ଧି ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ। ପିସିସି ସଭାପତି ଓ କଂଗ୍ରେସ ବିଧାୟକ ଦଳ ନେତା ପରିବର୍ତ୍ତନ ହେବା ସମ୍ଭାବନା ରହିଛି।
ରାଜ୍ୟରେ କଂଗ୍ରେସର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ଅନେକ ବରିଷ୍ଠ ନେତା ଦଳ ଛାଡି ଅନ୍ୟ ଦଳକୁ ଚାଲି ଯାଇଥିବା ବେଳେ ସଙ୍ଗଠନ ଦୁର୍ବଳ ହେଉଛି। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ହାଇକମାଣ୍ଡ ଦଳରେ ଅମୂଳଚୂଳ ପରିବର୍ତ୍ତନ କରିବା ନେଇ ସଙ୍କେତ ମିଳୁଛି। ଦିଲ୍ଲୀ ଗସ୍ତ ପୂର୍ବରୁ କଂଗ୍ରେସ ବିଧାୟକ ଦଳ ନେତା ପଦରୁ ନରସିଂହ ମିଶ୍ର ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଥିବା ବେଳେ ମୁଖ୍ୟ ସଚେତକ ପଦରୁ ତାରାପ୍ରସାଦ ବାହିନୀପତି ଇସ୍ତଫା ଦେଇଛନ୍ତି। ଆସନ୍ତା ୯ ତାରିଖରେ କ’ଣ କଲେ ଓଡ଼ିଶାରେ କଂଗ୍ରେସ ମଜବୁତ ହେବ, କାହାକୁ ପିସିସି ସଭାପତି କରାଯିବ ସେନେଇ ରାହୁଲ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ। ଅନ୍ୟ ପକ୍ଷରେ ବିଧାୟକଙ୍କ ମଧ୍ୟରୁ ଜଣଙ୍କୁ ପିସିସି ସଭାପତି କରିବାକୁ ବିଧାୟକମାନେ ଦାବି କରିଛନ୍ତି। ଏଥିସହ ବିଧାୟକ ଦଳ ନେତା ଓ ମୁଖ୍ୟ ସେଚତକଙ୍କ ସହ ତୃଣମୂଳ ସ୍ତରରୁ ସାଂଗଠନିକ ପରିବର୍ତ୍ତନ ପାଇଁ ବିଧାୟକମାନେ ଆଲୋଚନା ବେଳେ ଦାବି ଉଠାଇବେ।
ପିସିସି ସଭାପତି ପଦବୀ ପାଇଁ କଂଗ୍ରେସର ବିଭିନ୍ନ ଗୋଷ୍ଠୀ ମଧ୍ୟରେ ଲବି ଜୋରଦାର ହୋଇଛି। ବିଧାୟକଙ୍କ ମଧ୍ୟରୁ ପିସିସି ସଭାପତି ରେସରେ ଆଗରେ ଅଛନ୍ତି ମହମ୍ମଦ ମୋକିମ ଓ ତାରାପ୍ରସାଦ ବାହିନୀପତି। ସେହିପରି ଅନ୍ୟ ନେତାଙ୍କ ମଧ୍ୟରୁ ଶରତ ପଟ୍ଟନାୟକ, ଭକ୍ତ ଦାସ ଓ ଏମପି ସପ୍ତଗିରି ଉଲ୍ଲାକାଙ୍କ ନାଁ ଆଗରେ ଅଛି। ତେବେ ହାଇକମାଣ୍ଡ କାହାକୁ ପିସିସି ମଙ୍ଗ ଧରାଇବେ, ସେନେଇ ଦଳୀୟ ରାଜନୀତି ଉଷ୍ମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri