୩ ଦଳ ମଧ୍ୟରେ ହେବ ଲଢ଼େଇ

ଝାରସୁଗୁଡ଼ା ଅଫିସ,୧୪।୫: ଆସନ୍ତା ୩୧ ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ସମୁଦାୟ ୧୪ ନାମାଙ୍କନପତ୍ର ଦାଖଲ ହୋଇଥିବାବେଳେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ବିଜେଡି, ଭାଜପା, କଂଗ୍ରେସ ଓ ସିପିଆଇ ଆଦି ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ହେଲେ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ଲଢ଼େଇ ଜୋର୍‌ଦାର ହେବ ବୋଲି ଚର୍ଚ୍ଚା ହେଉଛି।
ଗତ ନିର୍ବାଚନରେ ଶାସକ ବିଜେଡି ସହ ଭାଜପାର ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। ଏଥର ଉପନିର୍ବାଚନରେ ଶାସକ ଦଳ ସହିତ ଭାଜପା ନା କଂଗ୍ରେସର ପ୍ରତିଦ୍ୱନ୍ଦ୍ୱିତା ହେବ ସେନେଇ ଭୋଟରଙ୍କ ମଧ୍ୟରେ ଆଲୋଚନା ହେଉଛି। ବିଗତ ଦିନରେ ଏହି ବିଧାନସଭା ଆସନ ବାମପନ୍ଥୀ ଦଳ ହାତରେ ରହିଥିଲା। ସିପିଆଇ ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ସ୍ବର୍ଗତ ପ୍ରସନ୍ନ ପଣ୍ଡା ସର୍ବାଧିକ ୬ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୬୧, ୧୯୬୭, ୧୯୭୪, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ସେ ଏଠାରେ ବିଧାୟକ ଥିଲେ। ସେହିପରି କଂଗ୍ରେସରୁ ସ୍ବର୍ଗତ ଉପେନ୍ଦ୍ର ଦୀକ୍ଷିତ ଲଗାତର ୧୯୭୧, ୧୯୭୭ ଓ ୧୯୮୦ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ କଂଗ୍ରେସରୁ ପୂର୍ବତନ ବିଧାୟକ ଅନୁପ ସାଏ ମଧ୍ୟ ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଲଗାତର ୩ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୯୭ ଡିସେମ୍ବର ୨୬ରେ ପୂର୍ବତନ ବିଧାୟକ ପ୍ରସନ୍ନ ପଣ୍ଡାଙ୍କ ଦେହାନ୍ତ ପରେ ଏଠାରେ ଉପନିର୍ବାଚନ ହୋଇଥିଲା। ଏଥିରେ କଂଗ୍ରେସରୁ କେଶବ ସାହୁ ଓ ବିଜେଡିରୁ ରାଧାରାଣୀ ପଣ୍ଡାଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା। କଂଗ୍ରେସ ପ୍ରାର୍ଥୀ ସାହୁ ୨୮,୪୭୬ ଭୋଟ୍‌ ପାଇଥିବାବେଳେ ବିଜେଡିର ପଣ୍ଡା ୨୭,୯୫୪ ଭୋଟ୍‌ ପାଇ ପରାଜିତ ହୋଇଥିଲେ। ୨୦୧୪ରେ ବିଜେଡିରୁ ଅନୁପ ସାଏ ଓ ଭାଜପାରୁ ରାଧାରାଣୀ ପଣ୍ଡା ନିର୍ବାଚନ ଲଢ଼ିଥିଲେ। ଏଥିରେ ପଣ୍ଡା ବିଜୟୀ ହୋଇଥିଲେ। ପରେ ୨୦୧୯ରେ ବିଜେଡିରୁ ପୂର୍ବତନ ବିଧାୟକ ସ୍ବର୍ଗତ କିଶୋର ମହାନ୍ତି ପ୍ରାର୍ଥୀ ହୋଇଥିବାବେଳେ ଭାଜପାରୁ ପୂର୍ବତନ ବିଧାୟିକା ପଣ୍ଡା ପ୍ରାର୍ଥିନୀ ହୋଇ ପରାଜିତ ହୋଇଥିଲେ। ଏ ସବୁକୁ ଦେଖିଲେ ଏଠାରେ ସିପିଆଇ ୬ଥର, କଂଗ୍ରେସ ୭ଥର, ଭାଜପା ଓ ବିଜେଡି ଥରେ ଲେଖାଏ ନିର୍ବାଚନ ଜିତିଛନ୍ତି। ଚଳିତ ଉପନିର୍ବାଚନରେ ଶାସକ ବିଜେଡି ଏହି ଆସନକୁ ବଜାୟ ରଖିବା ପାଇଁ ଚାହୁଁଥିବାବେଳେ କଂଗ୍ରେସ ମଧ୍ୟ ତା’ ଗଡ଼ ଫେରିପାଇବା ପାଇଁ ପ୍ରୟାସ ଚଳାଇଛି। ଭାଜପା କିନ୍ତୁ ଦ୍ୱିତୀୟଥର ଲାଗି ଏହି ଆସନ ହାତେଇବାକୁ ଅଣ୍ଟା ଭିଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?