Posted inଖେଳ

ଟି-୨୦ ବିଜେତାଙ୍କ ଉପରେ ହେବ ଧନବର୍ଷା

ନୂଆଦିଲ୍ଲୀ,୧୦।୧୦: ଆଇସିସି ଟି -୨୦ ବିଶ୍ୱକପ ଆରମ୍ଭ ପାଇଁ ଆଉ କିଛି ଦିନ ବାକି ଅଛି। ୟୁଏଇ ଏବଂ ଓମାନରେ ଆୟୋଜିତ ହେବାକୁ ଥିବା ଆଇସିସିର ଏହି ବଡ ଟୁର୍ନାମେଣ୍ଟ ପାଇଁ ବିଭିନ୍ନ ଦଳ ଏଠାରେ ପହଞ୍ଚିବା ଆରମ୍ଭ କରିଛନ୍ତି। ଆଇସିସି ମଧ୍ୟ ଟୁର୍ନାମେଣ୍ଟ ସମ୍ପୂର୍ଣ୍ଣ ପ୍ରସ୍ତୁତି କରୁଛି। ରବିବାର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଏହି ଟୁର୍ନାମେଣ୍ଟ ପାଇଁ ପୁରସ୍କାର ରାଶି ଘୋଷଣା କରିଛି। ପାଞ୍ଚ ବର୍ଷ ପରେ ଖେଳାଯାଉଥିବା ଟି -୨୦ ବିଶ୍ୱକପରେ ଏଥର ବିଜେତାମାନଙ୍କ ଉପରେ ବହୁତ ଟଙ୍କା ବର୍ଷା ହେବ।
ଆଇସିସି ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଟୁର୍ନାମେଣ୍ଟ ଜିତୁଥିବା ଦଳକୁ ୧.୬ ମିଲିୟନ (ପାଖାପାଖି ୧୨କୋଟି) ଏବଂ ରନର୍ସଅପ ଦଳ ୮ ଲକ୍ଷ ଡଲାର (ପ୍ରାୟ ୬୦ କୋଟି) ପାଇବେ। ଟି -୨୦ ବିଶ୍ୱକପ୍‌ର ସେମିଫାଇନାଲିଷ୍ଟମାନଙ୍କୁ ପ୍ରାୟ ୩ କୋଟି ପୁରସ୍କାର ରାଶି ମିଳିବ। ଏହା ବ୍ୟତୀତ ଆଇସିସି ସୁପର ୧୨ ପର୍ଯ୍ୟାୟରେ ପ୍ରତ୍ୟେକ ମ୍ୟାଚ ଜିତିବା ପାଇଁ ଦଳକୁ ବୋନସ ପ୍ରଦାନ ଜାରି ରଖିବ।
ଅକ୍ଟୋବର ୧୭ରୁ ଟୁର୍ନାମେଣ୍ଟର ଉଦଘାଟନୀ ମ୍ୟାଚରେ ଓମାନ ଏବଂ ପାପୁଆ ନ୍ୟୁ ଗିନି ମୁହାଁମୁହିଁ ହେବେ। ଫାଇନାଲ ନଭେମ୍ବର ୧୪ରେ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଅକ୍ଟୋବର ୨୪ରେ ପାକିସ୍ତାନ ବିପକ୍ଷ ବିଶ୍ୱକପରେ ଟୁର୍ନାମେଣ୍ଟ ଆୟୋଜକ ଭାରତ ପ୍ରଥମ ମ୍ୟାଚ ଖେଳିବ। ଏହା ପରେ ଭାରତୀୟ ଦଳ ୩୧ ଅକ୍ଟୋବରରେ ନ୍ୟୁଜିଲାଣ୍ଡ ଏବଂ ପରେ ୩ ନଭେମ୍ବରରେ ଆଫଗାନିସ୍ତାନକୁ ଭେଟିବ। ଏଥର ମୋଟ ୧୬ଟି ଦଳ ବିଶ୍ୱକପରେ ଭାଗ ନେଉଛନ୍ତି ଏବଂ ଟିମ-ଇଣ୍ଡିଆକୁ ଗ୍ରୁପ -୨ ରେ ସ୍ଥାନିତ କରାଯାଇଛି ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?