ଉଭେଇଯିବ ବୃହତ୍‌ ହିମବାହ

ଓ୍ବାଶିଂଟନ,୪ା୧୧:ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନ ଯୋଗୁ ଆମେରିକାର ୟଲୋଷ୍ଟୋନ୍‌ ପାର୍କ୍ସ, ଇଟାଲୀର ଡୋଲୋମାଇଟ୍ସ ଏବଂ ତାଞ୍ଜାନିଆର ମାଉଣ୍ଟ କିଲିମାଞ୍ଜାରୋ ସମେତ ବିଶ୍ୱର ଅନେକ ପ୍ରସିଦ୍ଧ ହିମବାହ ୨୦୫୦ ସୁଦ୍ଧା ତରଳିଯିବ ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜାତିସଂଘର ଶୈକ୍ଷିକ, ବୈଜ୍ଞାନିକ ଓ ସାଂସ୍କୃତିକ ସଙ୍ଗଠନ (ୟୁନେସ୍କୋ) ରିପୋର୍ଟ ଅନୁସାରେ ୫୦ ବିଶ୍ୱ ଐତିହ୍ୟ ସ୍ଥଳରେ ଥିବା ପ୍ରାୟ ୧୮,୬୦୦ ଗ୍ରେସିୟର୍ସ ମଧ୍ୟରୁ ଏକତୃତୀୟାଂଶ ୨୦୫୦ ସୁଦ୍ଧା ଉଭାନ ହୋଇଯିବ। ତାପମାତ୍ରା ବୃଦ୍ଧିକୁ ୧.୫ ଡିଗ୍ରୀ ସେଲ୍‌ସିୟସ୍‌ (୨.୭ ଡିଗ୍ରୀ ଫାରେନ୍‌ହିଟ୍‌) ମଧ୍ୟରେ ସୀମିତ ରଖାଯାଇପାରିଲେ ଅବଶିଷ୍ଟ ହିମବାହଗୁଡ଼ିକୁ ରକ୍ଷା କରାଯାଇପାରିବ। ଏହାସତ୍ତ୍ୱେ ୫୦% ଓ୍ବାଲର୍‌ଡ ହେରିଟେଜ୍‌ ଗ୍ଲେସିୟର୍ସ ୨୧୦୦ ସୁଦ୍ଧା ତରଳିଯିବା ଆଶଙ୍କା ଉପୁଜିଥିବା ଉକ୍ତ ରିପୋର୍ଟରେ କୁହାଯାଇଛି। ଅଧ୍ୟୟନରୁ ଜଣାପଡ଼ିଛି ଯେ, ୨୦୦୦ ମସିହା ପରଠାରୁ ଅଙ୍ଗାରକାମ୍ଳ ଉତ୍ସର୍ଜନ ଯୋଗୁ ଏହି ହିମବାହଗୁଡ଼ିକର ତରଳିବା ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଅଧ୍ୟୟନର ନେତୃତ୍ୱ ନେଇଥିବା ଗବେଷକ ଟେଲ୍ସ କାର୍ଭାଲ୍‌ହୋ କହିଛନ୍ତି, ପ୍ରତିବର୍ଷ ବିଶ୍ୱ ଐତିହ୍ୟ ହିମବାହଗୁଡ଼ିକରୁ ୫୮ ବିଲିୟନ୍‌ ଟନ୍‌ ବରଫ ତରଳୁଛି। ଏହାର ପରିମାଣ ଫ୍ରାନ୍ସ ଓ ସ୍ପେନ୍‌ରେ ବ୍ୟବହୃତ ପାଣି ସହ ସମାନ, ଯାହାକି ସମୁଦ୍ର ପତ୍ତନ ବୃଦ୍ଧି ପାଇଁ ୫% ଦାୟୀ। ତେଣୁ କାର୍ବନ ଉତ୍ସର୍ଜନକୁ ରୋକିବା ଦିଗରେ ଆଖିଦୃଶିଆ ପଦକ୍ଷେପ ନେବାକୁ ପଡ଼ିବ ବୋଲି କୋପ୍‌୨୭ ସମ୍ମିଳନୀ ପୂର୍ବରୁ ସେ ସତର୍କ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri