Posted inଜାତୀୟ

ଆଞ୍ଚଳିକ ଭାଷାରେ ହେବ ମେଡ଼ିକାଲ ପାଠପଢ଼ା…

ନୂଆଦିଲ୍ଲୀ, ୧୩।୨ : ଏଣିକି ଆଞ୍ଚଳିକ ଭାଷାରେ ମେଡ଼ିକାଲ ପାଠପଢ଼ା କରିହେବ। ଦୁଇଟି ଭାଷାରେ ଡାକ୍ତରୀ ପାଠପଢ଼ା ପାଇଁ ବିଚାର କରାଯାଉଛି। ଏହା ଦ୍ୱାରା ଛାତ୍ରୀଛାତ୍ର ଆଞ୍ଚଳିକ ଭାଷାରେ ପାଠପଢ଼ିବା ଚୟନ କରିବାର ସ୍ବାଧୀନତା ପାଇ ପାରିବେ। ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ଅଧ୍ୟୟନ ପାଇଁ ନିଷ୍ପତ୍ତି ପରେ, ଏବେ ଇଂଲିଶ୍‌ ସହିତ ଆଞ୍ଚଳିକ ଭାଷାରେ ଡାକ୍ତରୀ ପାଠପଢ଼ା କରାଯିବା ଲାଗି ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି)ର ବୈଠକରେ ଆଲୋଚନା କରାଯାଇଛି।

ବୈଠକରେ ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଆଲୋଚନା ବିଭିନ୍ନ ଦଳର ମତାମତ ଜାଣିବା ପାଇଁ ପ୍ରକାଶ ପାଇଛି।ଏନ୍‌ଏମ୍‌ସି ଗଠନ ପୂର୍ବରୁ ଯେତେବେଳେ ଏମ୍‌ସିଆଇ ଥିଲା, ସେତେବେଳେ ହିନ୍ଦୀରେ ଡାକ୍ତରୀ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଅଟଳ ବିହାରୀ ବାଜପେୟୀ ବିଶ୍ୱବିଦ୍ୟାଳୟର ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରି ଦିଆ ଯାଇଥିଲା। ବର୍ତ୍ତମାନ ଏହି ପ୍ରସଙ୍ଗ ଉପରେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି।

ସୂଚନାନୁସାରେ, ଡ୍ରାଫ୍ଟ ଆଲୋଚନାରେ କୁହାଯାଇଛି ଯେ ଦୁଇଟି ଭାଷାରେ ଡାକ୍ତରୀ ଶିକ୍ଷା ଆରମ୍ଭ କରିବାର ଏକ ନୂତନ ପ୍ରସ୍ତାବ ଆସିଛି। ଏହାର ଅର୍ଥ ହେଉଛି ଇଂଲିଶ୍‌ ସହିତ ଏକ ସ୍ଥାନୀୟ ଭାଷାରେ ଡାକ୍ତରୀ ଶିକ୍ଷା ଆରମ୍ଭ ହେବ। ଦେଶର ବିଭିନ୍ନ ସ୍ଥାନରେ ଏହା ଭିନ୍ନ ଭିନ୍ନ ହୋଇପାରେ। ଉଦାହରଣ ସ୍ବରୂପ, ଓଡ଼ିଶାରେ ଇଂଲିଶ୍‌ ସହିତ ଓଡିଆ, ଉତ୍ତରପ୍ରଦେଶରେ ଇଂଲିଶ୍‌ ସହିତ ହିନ୍ଦୀ ଏବଂ ତାମିଲନାଡୁରେ ଇଂଲିଶ୍‌ ସହିତ ତାମିଲ ଭାଷାକୁ ପାଠପଢ଼ାରେ ସ୍ଥାନ ମିଳିବ।

ଏହା ଦ୍ୱାରା ଛାତ୍ରୀଛାତ୍ରମାନଙ୍କ ପାଇଁ ଡାକ୍ତରୀ ଶିକ୍ଷା ପାଠପଢ଼ା ସହଜ ହେବ। ଗ୍ରାମାଞ୍ଚଳର ପରିବେଶରୁ ଆସୁଥିବା ଛାତ୍ରମାନଙ୍କ ଲାଗି ପ୍ରାଥମିକ ପର୍ଯ୍ୟାୟରେ ଇଂଲିଶ୍‌ରେ ଡାକ୍ତରୀ ପାଠପଢ଼ା କଷ୍ଟକର ହୋଇପଡିଥାଏ। ଏହି ପଦକ୍ଷେପ ଆଞ୍ଚଳିକ ଭାଷାଗୁଡ଼ିକୁ ମଧ୍ୟ ଉତ୍ସାହିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri