Posted inଜାତୀୟ

ଜୁଲାଇ ଶେଷ ବେଳକୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିବ !

ନୂଆଦିଲ୍ଲୀ,୩।୭: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨୦ ହଜାର ପାର କରି ଯାଇଥିବା ବେଳେ ଏବେ ଏହା ଚିନ୍ତା ବଢାଇଛି। ଏହାକୁ ନେଇ କିଛି ଗାଣିତିକ ଆକଳନ ମଧ୍ୟ ସତ ହେବାରେ ଲାଗିଛି। ଦୁଇ ସପ୍ତାହ ପୂର୍ବରୁ କରାଯାଇଥିବା ଏକ ଆକଳନରେ କୁହାଯାଇଥିଲା କି ଜୁଲାଇ ପ୍ରଥମ ସପ୍ତାହରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ଅତିକ୍ରମ କରିପାରେ। ଆଉ ଏବେ ଏହା ସତ ପ୍ରମାଣିତ ହୋଇଛି। ଏବେ ଏହାକୁ ଦେଖି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି କି ଜୁଲାଇ ମାସ ଶେଷ ବେଳକୁ ଅର୍ଥାତ୍‌ ୨୨ ଜୁଲାଇ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ଅତିକ୍ରମ କରିବ। ଏହାର ମୁଖ୍ୟ କାରଣ ହେଉଛି ଦୁଇଗୁଣା ସଂକ୍ରମଣ। ଏବେ ଦେଶରେ କରୋନା ଭାଇରସକୁ ୫ ମାସ ପୂରଣ ହୋଇ ସାରିଛି। ପ୍ରଥମଥର ଲାଗି ଜୁନ୍‌ ମାସରେ ପାଖାପାଖି ୩.୬୦ ଲକ୍ଷ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେଣୁ ବିଶେଷଜ୍ଞମାନେ ଆରମ୍ଭରୁ ହିଁ ଆକଳନ କରିଥିଲେ କି ଜୁଲାଇ ମାସରେ କରୋନା ସର୍ବୋଚ୍ଚ ସ୍ତରକୁ ଯାଇପାରେ। ତେବେ ଜୁଲାଇ ଶେଷ ବେଳକୁ ଏହା ହୋଇପାରେ ବୋଲି କୁହାଯାଇଛି। ଅର୍ଥାତ୍‌ ଜୁଲାଇ ଶେଷ ବେଳକୁ ୫ ଲକ୍ଷ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବ ବୋଲି ଅନୁମାନ କରାଯାଉଛି। କେରଳର ଡାଟାର ଏକ୍ସପର୍ଟ ଜେମ୍ସ ଓ୍ବଲସନ କହିଛନ୍ତି ଜୁଲାଇ ୨ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ଅତିକ୍ରମ କରିବା ସହ ଜୁଲାଇ ୮ ସୁଦ୍ଧା ଏହା ୭ ଲକ୍ଷ ହୋଇପାରେ। ଯୋଧପୁର ଆଇଆଇଟିର ପୂର୍ବତନ ପ୍ରଫେସର ରିଜୋ ଏମ୍‌ ଜନ୍‌ କହିଛନ୍ତି କରୋନା ସଂକ୍ରମଣ ଆରମ୍ଭରୁ ହିଁ ସେ ଗାଣିତିକ ମଡେଲ ଉପରେ କାମ କରୁଛନ୍ତି। ତେଣୁ ଜୁଲାଇ ୧ ସୁଦ୍ଧା ଯାହା ଅନୁମାନ କରାଯାଇଥିଲା ଏବେ ତାହା ସହ ପ୍ରମାଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

ପିଲାଙ୍କ ଧରିତ୍ରୀ

Why Dharitri