‘ପ୍ରତି ଜିଲାରେ ହେବ ଏମ୍‌ଏସ୍‌ଏମ୍‌ଇ ପାର୍କ’

ଭୁବନେଶ୍ୱର,୨୯।୮: ରାଜ୍ୟରେ ଲଘୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗୀ (ଏମ୍‌ଏସ୍‌ଏମ୍‌ଇ) ସ୍ଥାପନ ନିମନ୍ତେ ଥିବା ଭିତ୍ତିଭୂମିକୁ ଆଧାର କରି ଓଡ଼ିଶା ସରକାର ପ୍ରତି ଜିଲାରେ ଏମ୍‌ଏସ୍‌ଏମ୍‌ଇ ପ୍ରତିଷ୍ଠା କରିବାକୁ ଯାଉଛନ୍ତି ବୋଲି ପ୍ରୋପ୍ୟାକ ଓଡ଼ିଶା-୨୦୨୨ର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏଭଳି କିଛି ମତବ୍ୟକ୍ତ କରିଛନ୍ତି। ସେହିଭଳି ଆମେ ରାଜ୍ୟର ପ୍ରତ୍ୟେକ ଜିଲାରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପ୍ରତିଷ୍ଠା କରିବାକୁ ଯୋଜନା ରଖିଛୁ ଏବଂ ସେଥିପାଇଁ ଆବଶ୍ୟକ ଜମି, ଜଳ ଓ ବିଦ୍ୟୁତ ସମେତ ବିଭିନ୍ନ ଭିତ୍ତିଭୂମିର ସହାୟତା ଯୋଗାଇ ଦେବା ନିମନ୍ତେ ଇଡକୋକୁ ୪୫୦ କୋଟି ଟଙ୍କାରୁ ଅଧିକ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି। ଓଡ଼ିଶା ସରକାର ଗତ ୩ ବର୍ଷ ହେବ ଶିଳ୍ପଗୁଡିକୁ ପ୍ରୋତ୍ସାହିତ କରିବା ପାଇଁ ଅତ୍ୟନ୍ତ ସକ୍ରିୟ ରହିଛନ୍ତି, ବର୍ତ୍ତମାନ ରାଜ୍ୟ ସରକାର କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏସ୍‌ଏମ୍‌ଇ) ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ଏମ୍‌ଏସ୍‌ଏମ୍‌ଇ, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଛନ୍ତି, ମହାମାରୀ ପୂର୍ବରୁ ଓ ପରେ ବିଶେଷ କରି ୨୦୧୭ ପରଠାରୁ ରାଜ୍ୟ ସରକାର ଅହେତୁକ ଭାବେ ଶିଳ୍ପାୟନକୁ ପ୍ରୋତ୍ସାହିତ କରି ଆସୁଛନ୍ତି। ଓଡ଼ିଶାର ଅଧିକାଂଶ ଲୋକ ଚାକିରି କିମ୍ବା କୃଷି ଉପରେ ନିର୍ଭର କରନ୍ତି। ଉପଯୁକ୍ତ ଭିତ୍ତିଭୂମିର ଅଭାବ ଓ ଶିଳ୍ପକୁ ନେଇ ମନୋଭାବର ଅଭାବ କାରଣରୁ ପୂର୍ବର ସରକାରମାନେ ଶିଳ୍ପାୟନରେ ଅନେକ ଥର ବିଫଳ ହୋଇଛନ୍ତି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳ ଭିତରେ (ପ୍ରଥମ ୧୫ବର୍ଷରେ) ଏହି ଭିତ୍ତିଭୂମି ସୃଷ୍ଟି କରାଯାଇଥିଲା। ଅପରପକ୍ଷରେ ବିଶାଲ୍‌ ଦେବ୍‌, ରାଜ୍ୟ ଅର୍ଥ ବିଭାଗର ମୁଖ୍ୟ ସଚିବ, କହିଛନ୍ତି,ଏମ୍‌ଏସ୍‌ଏମଇ ପାଇଁ ବ୍ୟାଙ୍କଗୁଡ଼ିକ ଆର୍ଥିକ ଉପଲବ୍ଧତା ନିଶ୍ଚିତ କରିବା ଆବଶ୍ୟକ ରହିଛି। ଶିଳ୍ପ ସଂଗଠନ ସହ ସହଯୋଗ ବଜାୟ ରଖିବାକୁ ଓଡ଼ିଶା ସରକାର ଯୋଜନା ରଖିଛନ୍ତି। ଆମେ ଏମଏସଏମଇର ଆର୍ଥତ୍କ ବିକାଶକୁ ଗୁରୁତ୍ୱପୂର୍ଣ୍ଣ ବୋଲି ଭାବିଥାଉ କିନ୍ତୁ ଅଧିକାଂଶ ସମୟରେ ଶିଳ୍ପ ସଂସ୍ଥା ଗୁଡି଼କ ପ୍ରାୟତଃ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥିବାରୁ ଆମ୍ଭେମାନେ ବ୍ୟାଙ୍କଗୁଡ଼ିକ ସହ ଏ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଛୁ ଏବଂ ସେମାନଙ୍କ ପାଇଁ ଅର୍ଥର ଉପଲବ୍ଧତା ନିଶ୍ଚିତ କରିବାକୁ ମଧ୍ୟ କହିଛୁ। ଏହା ବ୍ୟତୀତ ସରକାର ଅଧିକାଂଶ ସମୟରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଅନ୍ୟ ବ୍ୟାଙ୍କ ଏବଂ ଅନ୍ୟ ବାଣିଜି୍ୟକ ପ୍ଲାଟଫର୍ମ ସହ କର୍ମଶାଳାମାନ ଆୟୋଜନ କରିଆସୁଛନ୍ତି। ଓଡ଼ିଶା ଆସେମ୍ବଲି ଫର ସ୍ମଲ ଆଣ୍ଡ୍‌ ମିଡିୟମ୍‌ ଏଣ୍ଟରପ୍ରାଇଜେସ୍‌ (ଓସମି)ପକ୍ଷରୁ ୩୬ତମ ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ଭୁବନେଶ୍ୱରର ଜନତା ମଇଦାନଠାରେ ୨୫ ତାରିଖରୁ ଆରମ୍ଭ ହୋଇଥିବା ପ୍ରୋପ୍ୟାକ୍‌ ଓଡ଼ିଶା ଏବଂ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ମିଟ୍‌-୨୦୨୨ ଶନିବାର ଉଦଯାପିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓରମାସ ସହ ୫ଟି କମ୍ପାନୀ ପ୍ୟାକେଜିଂ ପାଇଁ ଚୁକ୍ତିବଦ୍ଧ ହୋଇଛନ୍ତି। ଉଦଯାପନୀ ସମାରୋହରେ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ କେନ୍ଦ୍ର ଏମଏସଏମଇ-ଡିଏଫଓ,ଏଚଓଓ ଏବଂ ଯୁଗ୍ମ ନିର୍ଦେଶକ ପି.କେ. ଗୁପ୍ତା, ରାଜ୍ୟ ଏମଏସଏମଇ ବିଭାଗୀୟ ସ୍ବତନ୍ତ୍ର ସଚିବ ବିଭୂତି ଭୂଷଣ ଦାଶ, ଓସମିର ମହାସଚିବ ସାତ୍ତ୍ୱିକ ସ୍ବାଇଁଙ୍କ ସମେତ ସଂଘର ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ପରିଶେଷରେ ଓସମିର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ଶରତ କୁମାର ସାହୁ ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?