Posted inଜାତୀୟ

କାହା ସହ କୌଣସି ମେଣ୍ଟ କରିବୁ ନାହିଁ…ଦିଲ୍ଲୀ ନିର୍ବାଚନ ପୂର୍ବରୁ କେଜ୍‌ରିଓ୍ବାଲ କଲେ ଘୋଷଣା

ନୂଆଦିଲ୍ଲୀ,୧।୧୨: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତ ଦଳଗୁଡ଼ିକ ଅଣ୍ଟା ଭିଡିଲେଣି। ଏସବୁ ମଧ୍ୟରେ ଆମ୍‌ ଆଦମୀ ପାର୍ଟି(ଆପ୍‌) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ନିର୍ବାଚନରେ ମେଣ୍ଟକୁ ନେଇ ବଡ଼ ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କେଜ୍‌ରିଓ୍ବାଲ ସ୍ପଷ୍ଟ କରିଛନ୍ତି ଯେ ଦିଲ୍ଲୀରେ ହେବାକୁ ଥିବା ନିର୍ବାଚନରେ ଆପ୍‌ କୌଣସି ଦଳ ସହ ମେଣ୍ଟ କରିବ ନାହିଁ ବୋଲି ଘୋଷଣା କରିଛନ୍ତି।

ଲୋକ ସଭା ନିର୍ବାଚନ ସମୟରେ ଆପ୍‌ ଏବଂ କଂଗ୍ରେସ ମିଶି ଦିଲ୍ଲୀର ୭ ଆସନରେ ମେଣ୍ଟ କରି ନିର୍ବାଚନ ଲଢ଼ିଥିଲେ। ଆପ୍‌ ୩ ଏବଂ କଂଗ୍ରେସ ୪ ଆସନରେ ନିର୍ବାଚନ ଲଢ଼ିଥିଲା। ହେଲେ ସବୁଥିରେ ଦଳକୁ ପରାଜିତ ହେବାକୁ ପଡ଼ିଥିଲା ଏହାପରେ ହରିୟାଣାରେ ଆପ୍‌ କଂଗ୍ରେସ ସହ ମେଣ୍ଟ କରିବାକୁ ମନା କରିଦେଇଥିଲା। ଏକାକି ନିର୍ବାଚନ ଲଢ଼ିଥିଲା।

ଗୋଟିଏ ପଟେ ଆପ୍‌ କାହା ସହ ମେଣ୍ଟ କରିବ ନାହିଁ ବୋଲି ଘୋଷଣା କରିଥିବା ବେଳେ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଦେବେନ୍ଦ୍ର ଯାଦବ ଶୁକ୍ରବାର ମଧ୍ୟ ଦଳ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଯଦି ଦଳ ଆପ୍‌ ସହ ମେଣ୍ଟ କରି ନ ଥାନ୍ତା ତେବେ ଆମେ ଗୋଟିଏ କିମ୍ବା ଦୁଇଟି ଆସନ ଜିତିବାରେ ସଫଳ ହୋଇଥାନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri