ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସେହିଦୃଷ୍ଟିରୁ ଚଳିତବର୍ଷ ବୋଲ୍‌ବମ୍‌ ଯାତ୍ରା ହେବ ନାହିଁ ବୋଲି ଶନିବାର ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା। ସେ କହିଛନ୍ତି, ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଆମେ ସମସ୍ତେ ଗତି କରୁଛେ। ଏହି ମହାମାରୀ ସହ ଲଢ଼ିବା ଯେପରି ସମସ୍ତଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ପରିସ୍ଥିତିକୁ ନଜରରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି।
ବୋଲ୍‌ବମ୍‌ ଯାତ୍ରା ସମୟରେ ପ୍ରବଳ ଭିଡ଼ ହେଉଥିବାରୁ ଏପରି ପଦକ୍ଷେପ ନିଆଯାଇଛି। ଏତଦ୍‌ବ୍ୟତୀତ ସମସ୍ତ ଦେବାଳୟ ବନ୍ଦ ଥିବାରୁ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। କୌଣସି ଭକ୍ତ ଯେପରି ବୋଲ୍‌ବମ୍‌ ଯାତ୍ରାରେ ନ ଯିବେ ସେଥିପ୍ରତି ସରକାର ତାଗିଦ କରିଛନ୍ତି। କାରଣ କାଉଡ଼ିଆମାନେ ଦୀର୍ଘ କିଲୋମିଟର ପାଦରେ ଚାଲିଚାଲି ଯାଇ ଶୈବପୀଠରେ ଜଳଲାଗି କରିଥାନ୍ତି। ତେଣୁ ସଂକ୍ରମଣ ଆଶଙ୍କା ଥିବାରୁ ସରକାର ଏପରି ସୁଚିନ୍ତିତ ପଦକ୍ଷେପ ନେଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?