ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର ଗୋଟିଏ ପରେ ଗୋଟିଏ କଟକଣା ଜାରି କରିଚାଲିଛନ୍ତି। ବିଶେଷକରି ଭିଡ଼ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସେହିଦୃଷ୍ଟିରୁ ଚଳିତବର୍ଷ ବୋଲ୍‌ବମ୍‌ ଯାତ୍ରା ହେବ ନାହିଁ ବୋଲି ଶନିବାର ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା। ସେ କହିଛନ୍ତି, ଏକ ଘଡ଼ିସନ୍ଧି ମୁହୂର୍ତ୍ତ ଦେଇ ଆମେ ସମସ୍ତେ ଗତି କରୁଛେ। ଏହି ମହାମାରୀ ସହ ଲଢ଼ିବା ଯେପରି ସମସ୍ତଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ପରିସ୍ଥିତିକୁ ନଜରରେ ରଖି ସରକାର ଏହି ପଦକ୍ଷେପ ନେଇଛନ୍ତି।
ବୋଲ୍‌ବମ୍‌ ଯାତ୍ରା ସମୟରେ ପ୍ରବଳ ଭିଡ଼ ହେଉଥିବାରୁ ଏପରି ପଦକ୍ଷେପ ନିଆଯାଇଛି। ଏତଦ୍‌ବ୍ୟତୀତ ସମସ୍ତ ଦେବାଳୟ ବନ୍ଦ ଥିବାରୁ ଭକ୍ତଙ୍କ ପାଇଁ କଟକଣା ଜାରି କରାଯାଇଛି। କୌଣସି ଭକ୍ତ ଯେପରି ବୋଲ୍‌ବମ୍‌ ଯାତ୍ରାରେ ନ ଯିବେ ସେଥିପ୍ରତି ସରକାର ତାଗିଦ କରିଛନ୍ତି। କାରଣ କାଉଡ଼ିଆମାନେ ଦୀର୍ଘ କିଲୋମିଟର ପାଦରେ ଚାଲିଚାଲି ଯାଇ ଶୈବପୀଠରେ ଜଳଲାଗି କରିଥାନ୍ତି। ତେଣୁ ସଂକ୍ରମଣ ଆଶଙ୍କା ଥିବାରୁ ସରକାର ଏପରି ସୁଚିନ୍ତିତ ପଦକ୍ଷେପ ନେଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ...

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri