Posted inଖେଳ

ରାହାନେଙ୍କ ଉପରେ ଅଧିନାୟକତ୍ୱ ଚାପ ରହିବ ନାହିଁ’

ନୂଆଦିଲ୍ଲୀ, ୧୫ା୧୨ (ପି.ଟି.): ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଅଜିଙ୍କ୍ୟ ରାହାନେଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଶେଷ ତିନୋଟି ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ପଡ଼ିବ। ଏହାଦ୍ୱାରା ସେ ଚାପରେ ରହିବେ ଏବଂ ତାଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇବ ବୋଲି ଯାହା କୁହାଯାଉଛି ତାହା ଠିକ ନୁହେଁ ବୋଲି ମହାନ୍‌ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର କହିଛନ୍ତି। ଆଡିଲେଡ୍‌ଠାରେ ପ୍ରଥମ ଦିବାରାତ୍ର ଟେଷ୍ଟ ଖେଳି ସାରିବା ପରେ କୋହଲି ପିତୃତ୍ୱ ଛୁଟିରେ ଯିବେ। ରାହାନେ ଏହି ଅବସରରେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟ ମ୍ୟାଚରେ ଦଳର ନେତୃତ୍ୱ ନେବେ ବୋଲି ଆଶା କରାଯାଉଛି। ଗାଭାସ୍କର କହିଛନ୍ତି, ରାହାନେ ଅତୀତରେ ଯେଉଁ ଦୁଇଥର ଅଧିନାୟକ ଭାର ନେଇଛନ୍ତି ବିଜୟୀ ହୋଇଛନ୍ତି। ତେଣୁ ସେ ଚାପରେ ରହିବା ପ୍ରଶ୍ନ ଉଠୁ ନାହିଁ। ତାଙ୍କ ନେତୃତ୍ୱରେ ଧର୍ମଶାଳାରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଭାରତ ବିଜୟୀ ହୋଇଥିଲା। ପୁନଶ୍ଚ ତାଙ୍କ ଅଧିନାୟକତ୍ୱରେ ଭାରତ ଆଫଗାନିସ୍ତାନକୁ ପରାସ୍ତ କରିଥିଲା। ରାହାନେଙ୍କୁ ବର୍ତ୍ତମାନ କେବଳ ୩ଟି ଟେଷ୍ଟ ମ୍ୟାଚରେ କାମଚଳା ଅଧିନାୟକ ଦାୟିତ୍ୱ ତୁଲାଇବାକୁ ପଡ଼ିବ। ରାହାନେଙ୍କ ନେତୃତ୍ୱରେ ଦୁଇଟି ଓ୍ବାର୍ମଅପ୍‌ ମ୍ୟାଚ ମଧ୍ୟ ଡ୍ର ଭାବେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri