ହେବନାହିଁ ଧନୁଷ୍ଟଙ୍କାର-ଗଳା ସଂକ୍ରମଣ ରୋଗ, ଟିଡି ଟିକା ନେବେ ୧୮୦୦ ଛାତ୍ରୀଛାତ୍ର

ଭଞ୍ଜନଗର,୧୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଓ ଏନ୍‌ଏସିଏ ପ୍ରାୟ ୧୮୦୦ ଛାତ୍ରୀଛାତ୍ରଙ୍କୁ ଟିଡି ଟିକା ପ୍ରଦାନ କରାଯିବ। ତେଣୁ ଏନେଇ ବିଭିନ୍ନ ବିଦ୍ୟାଳୟ ଓ କଲେଜରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଟିକା ପ୍ରଦାନ କରାଯାଉଛି। ୧୦ ରୁ ୧୬ ବର୍ଷ ଛାତ୍ରୀଛାତ୍ରଙ୍କୁ ଏହି ଟିକା ପ୍ରଦାନ କରାଯାଉଛି। ଏହି ଟିକା ଦିଆଗଲେ ଛାତ୍ରୀଛାତ୍ରଙ୍କୁ ଧନୁଷ୍ଟଙ୍କାର, ଗଳା ସଂକ୍ରମଣ ରୋଗ ହେବ ନାହିଁ। ତେଣୁ ସୋମବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଉକ୍ତ ଟିକା ପ୍ରଦାନ କରାଯାଇଥିଲା। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାସନିକ ଅଧିକାରୀ ବିଭାସ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଭଞ୍ଜନଗର ଉପଖଣ୍ଡ ମେଡିକାଲର ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବିଧୁପମା ସାହୁ, ମନ୍ଦାକିନୀ ବେହେରା ଛାତ୍ରୀଛାତ୍ରଙ୍କୁ ଟିକା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ, ଶାଖା ୨ ଅଧିକାରିଣୀ ସସ୍ମିତା କୁମାରୀ ଦାସ, ଯୁବ ରେଡ୍‌କ୍ରସ ଅଧିକାରୀ ବିଦେଶୀ ରାଉତ ପ୍ରମୁଖ ପରିଚାଳନା କରିବାରେ ସହଯୋଗ କରିଥିଲେ। ଟିକାକରଣ ପୂର୍ବରୁ ଜାତୀୟ ସେବା ଯୋଜନା ଶାଖା ପକ୍ଷରୁ କଲେଜ ପରିସରରେ ଛାତ୍ରୀଛାତ୍ରଙ୍କୁ ଉକ୍ତ ଟିକାର ଆବଶ୍ୟକତା ଓ ଉପକାରିତା ଉପରେ ସଚେତନ କରାଯାଇଥିଲା।

ସୂଚନାଯୋଗ୍ୟ, ଆଜକୁ ୫ ବର୍ଷ ହେବ ଏହି ଟିକା ପ୍ରଦାନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri