କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀମାନଙ୍କୁ ଖାଇବା, ରହିବା, ଓଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଇଛନ୍ତି। ଓଡ଼ିଶା ଦେଶର ଏକ ମାତ୍ର ରାଜ୍ୟ ଭାବେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି। ଅଧିକରୁ ଅଧିକ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ନିଷ୍ଠାର ସହିତ କାର୍ଯ୍ୟ ଚାଲିଛି। କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବେ ଟେଷ୍ଟିଂ ଲାଗି ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ଏହାଦ୍ୱାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ମଙ୍ଗଳବାର ରାଜ୍ୟରେ ମୋଟ ୩୨ ହଜାର ଟେଷ୍ଟିଂ କରାଯାଇଛି। ଲୋକମାନେ ଯେଭଳି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍‌ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବିଡିଓ ଏବଂ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି। ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଅନ୍ୟପଟେ ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି। ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ରୋଗୀଙ୍କୁ ମେଡିସିନ କିଟ୍‌ ଓ ଟେଲି ମେଡିସିନ ଯୋଗେ ଡାକ୍ତରୀ ସୁବିଧା ଯୋଗାଇଦେବା ଲାଗି ମଧ୍ୟ ପରାମର୍ଶ ଦେଇଛନ୍ତି। ଖୋର୍ଦ୍ଧା, ସୁନ୍ଦରଗଡ଼, ଯାଜପୁର ଓ କଟକ ଆଦି ଜିଲା ଉପରେ ବିଶେଷ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହାସହିତ ସେ ଆହୁରି କହିଛନ୍ତି ଯେ, ଗତ ପାଞ୍ଚ ମାସ ଧରି ରାଜ୍ୟବାସୀ ଯେଭଳି ସାହସର ସହ ଲଢେଇ ଜାରି ରଖିଛନ୍ତି ତାହା ଆମକୁ ଉତ୍ସାହଜନକ ସଫଳତା ଦେଇଛି। ଏଥିପାଇଁ ଆଗଧାଡିର କୋଭିଡ୍‌ ଯୋଦ୍ଧା ତଥା ଲୋକ ପ୍ରତିନିଧିମାନଙ୍କ ନିରନ୍ତର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ସାରା ଦେଶରେ କୋଭିଡ୍‌ ନିୟନ୍ତ୍ରଣରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଉତ୍ସାହଜନକ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ଜଣ ପ୍ଲାଜ୍‌ମା ଦାନ କରିଥିବା ବେଳେ ୧୩୨ ଜଣ ଉକ୍ତ ଥେରାପି ଦ୍ୱାରା ଚିକିତ୍ସିତ ହେଉଛନ୍ତି। ୧୦ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୯୮ଜଣଙ୍କ ସ୍ବାସ୍ଥ୍ୟରେ ଆଖିଦୃଶିଆଉନ୍ନତି ଆସିଛି ବୋଲି ବୈଠକରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ଆରୋଗ୍ୟ ହାର ୬୮.୬ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୦.୬୦ ପ୍ରତିଶତ ରହିଛି। ୩ଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ ଆର୍‌ଟି-ପିସିଆର୍‌ ମେଶିନ ସ୍ଥାପନ କରିବା, ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ଜିଲାସ୍ତରରେ ପ୍ଲାଜ୍‌ମାଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଓ କଟକ ଜିଲାର କୋଭିଡ୍‌ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri