କରୋନା ରୋଗୀଙ୍କ ଚିକିତ୍ସାରେ ଅର୍ଥ ବାଧକ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାବେଳେ ଅର୍ଥ ଅଭାବରୁ କୌଣସି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର ରୋଗୀମାନଙ୍କୁ ଖାଇବା, ରହିବା, ଓଷଧ ଖର୍ଚ୍ଚ, ପରିବହନ ଆଦି ସବୁ ସୁବିଧା ମାଗଣାରେ ଯୋଗାଇ ଦେଇଛନ୍ତି। ଓଡ଼ିଶା ଦେଶର ଏକ ମାତ୍ର ରାଜ୍ୟ ଭାବେ ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ଦିଆଯାଉଛି। ଅଧିକରୁ ଅଧିକ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ନିଷ୍ଠାର ସହିତ କାର୍ଯ୍ୟ ଚାଲିଛି। କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ତେଣୁ ଲକ୍ଷଣ ପ୍ରକାଶ ମାତ୍ରକେ ତୁରନ୍ତ ସ୍ବେଚ୍ଛାକୃତ ଭାବେ ଟେଷ୍ଟିଂ ଲାଗି ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି। ଏହାଦ୍ୱାରା ସଂକ୍ରମଣ ନିୟନ୍ତ୍ରଣ ହେବା ସହିତ ଆରୋଗ୍ୟ ହାର ମଧ୍ୟ ଆହୁରି ଭଲ ରହିବ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ମଙ୍ଗଳବାର ରାଜ୍ୟରେ ମୋଟ ୩୨ ହଜାର ଟେଷ୍ଟିଂ କରାଯାଇଛି। ଲୋକମାନେ ଯେଭଳି ସୁବିଧାରେ ଟେଷ୍ଟିଂ କରିପାରିବେ ସେଥିପାଇଁ ସବ୍‌ଡିଭିଜନ ସ୍ତରରେ ତଥା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗେଇ ଆସିବେ ସେଥିପାଇଁ ବିଡିଓ ଏବଂ ପଞ୍ଚାୟତ ପ୍ରତିନିଧିମାନେ ସଚେତନତା ଅଭିଯାନ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି। ରୋଗକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଅନ୍ୟପଟେ ଏ ଦିଗରେ ଲୋକ ପ୍ରତିନିଧିମାନେ ଜନସାଧାରଣଙ୍କୁ ସଚେତନ କରିବାର ଆବଶ୍ୟକତା ରହିଛି। ସ୍ବଳ୍ପ ଓ ଲକ୍ଷଣ ବିହୀନ ରୋଗୀଙ୍କୁ ଘରେ ଚିକିତ୍ସା ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ରୋଗୀଙ୍କୁ ମେଡିସିନ କିଟ୍‌ ଓ ଟେଲି ମେଡିସିନ ଯୋଗେ ଡାକ୍ତରୀ ସୁବିଧା ଯୋଗାଇଦେବା ଲାଗି ମଧ୍ୟ ପରାମର୍ଶ ଦେଇଛନ୍ତି। ଖୋର୍ଦ୍ଧା, ସୁନ୍ଦରଗଡ଼, ଯାଜପୁର ଓ କଟକ ଆଦି ଜିଲା ଉପରେ ବିଶେଷ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହାସହିତ ସେ ଆହୁରି କହିଛନ୍ତି ଯେ, ଗତ ପାଞ୍ଚ ମାସ ଧରି ରାଜ୍ୟବାସୀ ଯେଭଳି ସାହସର ସହ ଲଢେଇ ଜାରି ରଖିଛନ୍ତି ତାହା ଆମକୁ ଉତ୍ସାହଜନକ ସଫଳତା ଦେଇଛି। ଏଥିପାଇଁ ଆଗଧାଡିର କୋଭିଡ୍‌ ଯୋଦ୍ଧା ତଥା ଲୋକ ପ୍ରତିନିଧିମାନଙ୍କ ନିରନ୍ତର ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ସାରା ଦେଶରେ କୋଭିଡ୍‌ ନିୟନ୍ତ୍ରଣରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଉତ୍ସାହଜନକ ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୯ଜଣ ପ୍ଲାଜ୍‌ମା ଦାନ କରିଥିବା ବେଳେ ୧୩୨ ଜଣ ଉକ୍ତ ଥେରାପି ଦ୍ୱାରା ଚିକିତ୍ସିତ ହେଉଛନ୍ତି। ୧୦ଜଣ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୯୮ଜଣଙ୍କ ସ୍ବାସ୍ଥ୍ୟରେ ଆଖିଦୃଶିଆଉନ୍ନତି ଆସିଛି ବୋଲି ବୈଠକରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ଆରୋଗ୍ୟ ହାର ୬୮.୬ ପ୍ରତିଶତ ଥିବାବେଳେ ମୃତ୍ୟୁହାର ୦.୬୦ ପ୍ରତିଶତ ରହିଛି। ୩ଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ ଆର୍‌ଟି-ପିସିଆର୍‌ ମେଶିନ ସ୍ଥାପନ କରିବା, ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ଜିଲାସ୍ତରରେ ପ୍ଲାଜ୍‌ମାଦାତାମାନଙ୍କୁ ସମ୍ବର୍ଦ୍ଧିତ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଓ କଟକ ଜିଲାର କୋଭିଡ୍‌ ପର୍ଯ୍ୟବେକ୍ଷକମାନଙ୍କ ସହ ଜିଲାର ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri