Posted inଜାତୀୟ

ସୀମାରେ ରହିବନି ଗଳାବାଟ, ଅନୁପ୍ରବେଶ ହେବ ବନ୍ଦ…

ନୂଆଦିଲ୍ଲୀ,୧୭।୭: ଭାରତର ସୀମା ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୨୦୨୨ ସୁଦ୍ଧା ସୀମାରେ କୌଣସି ଗଳାବାଟ ରହିବନି। ଯେଉଁ ଦେଶର ସୀମା ଯେତେ ସୁଦୃଢ଼ ସେ ଦେଶ ସେତେ ସୁରକ୍ଷିତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ସୀମାରେ କୌଣସି ଫାଙ୍କ ନ ରଖିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏନେଇ ଯୋଜନାବଦ୍ଧ ଭାବେ କାର୍ଯ୍ୟ ଜାରି ରହିଛି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିଏସ୍‌ଏଫ୍‌ର ୧୮ତମ ଅଳଙ୍କରଣ ସମାରୋହରେ ଯୋଗ ଦେଇ ଏଭଳି କହିଛନ୍ତି। ଦେଶର ୭,୫୧୬ କିଲୋମିଟର ଦୀର୍ଘ ସାମୁଦ୍ରିକ ସୀମା ରହିଛି। ସେହିପରି ସ୍ଥଳଭାଗରେ ଭାରତର ୧୫,୦୦୦ କିଲୋମିଟର ସୀମା ରହିଛି। ଦେଶ ସୁରକ୍ଷା ପାଇଁ ସୀମାରେ ବାଡ଼ ଦିଆଯାଉଛି। ଏହି କାର୍ଯ୍ୟ ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହାଦ୍ୱାରା ଅନୁପ୍ରବେଶ ବନ୍ଦ ହୋଇପାରିବ। ଦେଶ ପାଇଁ ବଳିଦାନ ଦେଇଥିବା ଯବାନଙ୍କୁ ଦେଶବାସୀ ସବୁବେଳେ ମନେ ରଖିବେ। ବିଏସ୍‌ଏଫ୍‌ ଏବଂ ପାରାମିଲିଟାରୀ ବାହିନୀଙ୍କ ଯୋଗୁ ଭାରତର ଆଜି ପୃଥିବୀରେ ନିଜର ଗୌରବମୟ ସ୍ଥାନ ହାସଲ କରିବାକୁ ସକ୍ଷମ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି। ସୂୁଚନାଯୋଗ୍ୟ, ୨୦୦୩ଠାରୁ ପ୍ରତିବର୍ଷ ବିଏସ୍‌ଏଫ୍‌ର ପ୍ରଥମ ମହାନିର୍ଦ୍ଦେଶକ ପଦ୍ମ ବିଭୁଷଣରେ ସମ୍ମାନୀତ କେ.ଏଫ୍‌.ରୁସ୍ତମଜୀଙ୍କ ଜନ୍ମଦିନକୁ ଅଳଙ୍କରଣ ଉତ୍ସବର ଆୟୋଜନ କରାଯାଉଛି। ଚଳିତ ବର୍ଷ ୨୭ ସୀମା ଯବାନଙ୍କୁ ବୀରତା ପାଇଁ ସମ୍ମାନୀତ କରାଯିବ। ସେଥିମଧ୍ୟରୁ ୧୪ ଜଣଙ୍କୁ ବୀରତା ଲାଗି ପୋଲିସ ପଦକ ଏବଂ ୩ ଅବସର ପ୍ରାପ୍ତ ଯବାନଙ୍କ ସହିତ ୧୩ ଜଣଙ୍କୁ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୋଲିସ ପଦକ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri