କମିଲା ବର୍ଷା, ବଢ଼ିବ ତାତି

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ରାଜ୍ୟର ବହୁ ଜିଲାରେ ନିଅଣ୍ଟିଆ ବର୍ଷା ଲାଗିରହିଛି। ଚଳିତ ବର୍ଷ ମୌସୁମୀ ଋତୁରେ ଜୁନ୍‌ ୧ରୁ ଅଗଷ୍ଟ ୨୦ ମଧ୍ୟରେ ୭୩୭.୩ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ୮୦୧.୫ ମିମିଠାରୁ ୮.୧୩ ପ୍ରତିଶତ କମ୍‌ ରହିଛି। ତେବେ ୨ଟି ଜିଲା ବୌଦ୍ଧ ଓ ଝାରସୁଗୁଡ଼ାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ୧୭ ଜିଲାରେ ସ୍ବାଭାବିକ ଓ ୧୧ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ହ୍ରାସ ପାଇଛି। ସ୍ବାଭାବିକ ବର୍ଷା ୧୫ ମିମିଠାରୁ ୭୭ ପ୍ରତିଶତ କମ୍‌ ଅର୍ଥାତ୍‌ ରାଜ୍ୟରେ ମାତ୍ର ୩.୫ ମିମି ବର୍ଷା ହୋଇଛି। ଏପରିକି ଆସନ୍ତା ୫ଦିନରେ ମଧ୍ୟ ବିଶେଷ ବର୍ଷା ହେବାର ନାହିଁ। ଆସନ୍ତା ତିନିଦିନ ଯାଏ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବା ସହ ପରବର୍ତ୍ତୀ ଦୁଇଦିନରେ ସାମାନ୍ୟ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମୌସୁମୀର ଏପରି ଅସ୍ବାଭାବିକ ସ୍ଥିତି ଯୋଗୁ ରାଜ୍ୟରେ ତାତି ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡିଳ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri