ଜେଇଇ ପାଇଁ ହେବନି ଲକ୍‌ଡାଉନ, ଶଟ୍‌ଡାଉନ୍‌

ଭୁବନେଶ୍ୱର,୩୦। ୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍‌) ଏବଂ ୧୩ ତାରିଖରେ  ଏନ୍‌ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୭ ତାରିଖ ଏବଂ ସେପ୍ଟେମ୍ବର ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ମଧ୍ୟରେ ରାଜ୍ୟରେ କୌଣସି ପ୍ରକାର ଲକ୍‌ଡାଉନ କିମ୍ବା ଶଟ୍‌ଡାଉନ ହେବ ନାହିଁ । ଏ ନେଇ ଶନିବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ସମୟରେ ପରୀକ୍ଷାର୍ଥୀ ଓ ସେମାନଙ୍କର ଅଭିଭାବକ, ପରୀକ୍ଷା ସହିତ ଜଡିତ ପର୍ଯ୍ୟବେକ୍ଷକ, ସୁପରିଣ୍ଟେଣ୍ଡେଣ୍ଟ, ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ, ଇନ୍‌ଭିଜିଲେଟର ଓ ଅନ୍ୟ କର୍ମଚାରୀଙ୍କ ଯିବାଆସିବାରେ କୌଣସି କଟକଣା ରହିବ ନାହିଁ । ପରୀକ୍ଷାର୍ଥୀମାନେ ସେମାନଙ୍କ ଆଡ୍‌ମିଟ୍‌କାର୍ଡ ଓ ଅନ୍ୟ କର୍ମଚାରୀମାନେ ସେମାନଙ୍କ ପରିଚୟପତ୍ର ଦେଖାଇ ଯାତାୟାତ କରିପାରିବେ। ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା କିମ୍ବା ଅନୁଷ୍ଠାନ କୋଭିଡ୍‌-୧୯ର ସମସ୍ତ ନିୟମାବଳୀ ପାଳନ କରିବାକୁ କୁହାଯାଇଛି। ସାମାଜିକ ଦୂରତ୍ୱ ସହିତ ମୁହଁରେ ମାସ୍କ ପିନ୍ଧିବା, ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା, ବ୍ୟକ୍ତିଗତ ପରିଚ୍ଛନ୍ନତା ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ଜିଲା ପ୍ରଶାସନ ପରୀକ୍ଷା କେନ୍ଦ୍ର ବାହାରେ ମଧ୍ୟ ସେପରି ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri