ସ୍ବାଧୀନତା ଦିବସରେ ହେବନି ପରେଡ୍‌

ଭଦ୍ରକ ଅଫିସ, ୪।୮: ସ୍ବାଧୀନତା ଦିବସ ଜିଲାସ୍ତରରେ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସ୍ବରାଷ୍ଟ୍ର ବିଭାଗ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକା ଅନୁଯାୟୀ ସ୍ବାଧୀନତା ଦିବସ ପାଳନ ଲାଗି ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟୁଷରୁ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ୱାରା ଭଦ୍ରକ ପୌରାଞ୍ଚଳରେ ରାମଧୂନ ପରିକ୍ରମା କରାଯିବ। ସକାଳ ୭ଟା ୩୦ମିନିଟ୍‌ରେ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ। ମୁଖ୍ୟଅତିଥିଙ୍କ ଦ୍ୱାରା ନେହେରୁ ଷ୍ଟାଡିୟମଠାରେ ସକାଳ ୯ଟା ୧୫ରେ ପତାକା ଉତ୍ତୋଳନ କରାଯିବ। ଚଳିତବର୍ଷ ଆନୁଷ୍ଠାନିକ ପରେଡ୍‌ କି ମାର୍ଚ୍ଚଫାଷ୍ଟ ହେବ ନାହିଁ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ପୂର୍ବବର୍ଷ ସ୍ବାଧୀନତା ଦିବସ ପାଳନର ବିବରଣୀ ଉପସ୍ଥାପନ କରିଥିଲେ। ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି, ରାମଦାସ ଟୁଡୁ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କୁଶଳ ଚନ୍ଦ୍ର ନାଏକ, ଉପଜିଲାପାଳ ମନୋଜ ପାତ୍ର ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri