ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା

ପୁରୀ ଅଫିସ,୨୫।୬: ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଉପଜିଲାପାଳ ଭବତାରଣ ସାହୁ ଏବଂ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା ଗଣମାଧ୍ୟମ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ରଥ ଗଡ଼ୁଥିବା ବେଳେ ସୁରକ୍ଷା ଦୃଷ୍ଟିକୋଣରୁ ଭିତର କର୍ଡନରେ କେହି ରହିବେ ନାହିଁ। ଜଗାବଳିଆ ଲଜ୍‌ ଓ ପୁରୁଣା ସୂଚନା କେନ୍ଦ୍ର ସମେତ ଅନ୍ୟ ଏକ ରାସ୍ତା ଦେଇ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରବେଶ କରିପାରିବେ। ଗଣମାଧ୍ୟମ ପ୍ରତିନିଧିମାନଙ୍କ ପ୍ରସାରଣ ଉପରେ କଟକଣା ରହିବ ନାହିଁ। ଘରୋଇ କୋଠାଗୁଡ଼ିକ ଉପରୁ ପ୍ରସାରଣ କରାଯାଇପାରିବ। ସେହିପରି ଗଣମାଧ୍ୟମ ପ୍ରତିନିଧିମାନଙ୍କର କୌଣସି ସମସ୍ୟା ହେଲେ କିମ୍ବା ସୁରକ୍ଷାକର୍ମୀ ଅଟକାଇଲେ ତୁରନ୍ତ ନୋଡାଲ ଅଫିସରଙ୍କ ସହିତ ଯୋଗାଯୋଗ କରିବେ। ସ୍ଥାନୀୟ ପୋଲିସ ସମ୍ବେଦନଶୀଳ ସ୍ଥାନରେ ମୁତୟନ ରହିବ। ଗଣମାଧ୍ୟମ ପ୍ରତିିନିଧିମାନଙ୍କ ସହ ଯୋଗାଯୋଗ ଓ ସମନ୍ବୟ ରଖି ପୋଲିସ କାର୍ଯ୍ୟ କରିବ। ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ପାସ୍‌ ଇସ୍ୟୁ କରାଯିବ। ତଦନୁଯାୟୀ ଅନୁମତି ଥିବା ଗଣମାଧ୍ୟମ ପ୍ରତିନିଧିମାନେ ଖବର ସଂଗ୍ରହ ପାଇଁ ଯାଇପାରିବେ। ଅନ୍ୟପକ୍ଷରେ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରଶାସନକୁ ରଥଯାତ୍ରା ପରିଚାଳନାରେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଅପିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri