ଯୁକ୍ତଦୁଇ ନାମ ଲେଖା ପାଇଁ ସିଟ୍‌ ସମସ୍ୟା ହେବନାହିଁ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୭.୮ ପ୍ରତିଶତ ଛାତ୍ରୀଛାତ୍ର ପାସ କରିଛନ୍ତି। ତେବେ ସିବିଏସ୍‌ଇ ଓ ଆଇସିଆଇସି ପରୀକ୍ଷା ଫଳ ଏଯାବତ୍‌ ବାହାରି ନାହିଁ। ଚଳିତ ବର୍ଷ ପାସ ହାର ଅଧିକ ଥିବା ବେଳେ ସବୁ ଫଳାଫଳ ବାହାରି ସାରିବା ପରେ ଯୁକ୍ତ ଦୁଇ ପଢ଼ିବା ନିମନ୍ତେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବିଢ଼ିଯିବା ଆକଳନ କରାଯାଉଛି। ସେହି ଅନୁଯାୟୀ ସିଟ୍‌ ନ ଥିବାରୁ ଛାତ୍ରଛାତ୍ରୀଙ୍କ ପାଠପାଢ଼ା ଲାଗି ସିଟ ସମସ୍ୟା ଉପୁଜିବା ନେଇ ଅଭିଭାବକ ଚିନ୍ତାରେ ଥିବା ବେଳେ ଏପରି କିଛି ସମସ୍ୟା ଉପୁଜିବ ନାହିଁ ବୋଲିି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।
ଏ ନେଇ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ସିଟ୍‌ ସମସ୍ୟା ହେବନାହିଁ । ବଡ଼ ବଡ଼ କଲେଜରେ ପଢିବାକୁ ଛାତ୍ରୀଛାତ୍ରଙ୍କ ଇଚ୍ଛା ରହିଛି। ଆବଶ୍ୟକ ସ୍ଥଳେ ସିଟ୍‌ ବୃଦ୍ଧି କରାଯିବ । ନାମଲେଖା ପାଇଁ ୬ ଲକ୍ଷ ୩ ହଜାର ୧୧୩ ସିଟ ରହିଛି । ତାସହ କଲେଜକୁ ଆଧାର କରି ସିଟ୍‌ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି।
ସିବିଏସଇ, ଆଇସିଆଇସି ରେଜଲ୍ଟ ବାହାରିବା ପରେ ପିଲାମାନେ ନିଜ ମାର୍କ ଓ ଇଚ୍ଛା ମୁତାବକ ବିଭିନ୍ନ କଲେଜରେ ପଢ଼ିବା ପାଇଁ ଆବେଦନ କରିପାରିବେ। ପିଲାମାନଙ୍କ କୌଣସି ନିର୍ଦ୍ଦିଷ୍ଟ କଲେଜ ପ୍ରତି ଅଧିକ ଆଗ୍ରହ ଥିଲେ, ଆବଶ୍ୟକତା ଅନୁଯାୟୀ, ସେହି କଲେଜର ସିଟ୍‌ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri