ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍‌ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଶନିବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଯୋଗଦେଇ କହିଲେ, ରାଜ୍ୟରେ ସାମାଜିକ ସୁରକ୍ଷା ଭତ୍ତା ହିତାଧିକାରୀଙ୍କ ମଧ୍ୟରେ ପ୍ରାୟ ୩୦ଲକ୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ରହିଛନ୍ତି। ବରିଷ୍ଠ ନାଗରିକଙ୍କ ସେବାଯତ୍ନ ପାଇଁ ଅଧିକ ତାଲିମପ୍ରାପ୍ତ ମାନବସମ୍ବଳ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇ ଖୁବ୍‌ଶୀଘ୍ର ସେବାକାରୀଙ୍କ ପାଇଁ ଏକ ତାଲିମ ପ୍ରତିଷ୍ଠାନ ଆରମ୍ଭ ହେବ। ବରିଷ୍ଠ ନାଗରିକଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବ୍ୟାପକ କରିବା ନିମନ୍ତେ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି। ରାଜ୍ୟ ସରକାର ପ୍ରତି ଜିଲାରେ ଆରମ୍ଭ କରୁଥିବା ସମନ୍ବିତ ଭିତ୍ତିଭୂମି କେନ୍ଦ୍ରଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ବିଶେଷ ସୁବିଧା ସୁଯୋଗ ରହିବ। ଚିକିତ୍ସା, ରଚନାତ୍ମକ କାର୍ଯ୍ୟ, ଅବସର ବିନୋଦନ ନିମନ୍ତେ ସେଠାରେ ବିବିଧ ବ୍ୟବସ୍ଥା ରହିବ। ପ୍ରଥମ ପର୍ଯ୍ୟାୟରେ ୧୦ ଜିଲାରେ ଏହି କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜଟଣୀ ଓ ସମ୍ବଲପୁର କେନ୍ଦ୍ରରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ବୋଲି ମନ୍ତ୍ରୀ କହିଥିଲେ। ବିଭାଗୀୟ ଶାସନ ସଚିବ ଭାସ୍କର ଶର୍ମା ବରିଷ୍ଠ ନାଗରିକ ଦିବସ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିବା ସହିତ ବରିଷ୍ଠ ନାଗରିକଙ୍କ ମାନସିକ ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନ ଦିଆଯିବା ଉଚିତ ବୋଲି କହିଥିଲେ। ବିଭାଗୀୟ ନିର୍ଦ୍ଦେଶକ ବ୍ରତତୀ ହରିଚନ୍ଦନ ବରିଷ୍ଠ ନାଗରିକଙ୍କ ସୁରକ୍ଷା ତଥା କଲ୍ୟାଣ ନିମନ୍ତେ ଉଦ୍ଦିଷ୍ଟ ରାଜ୍ୟ ସରକାରଙ୍କ ପ୍ରବର୍ତ୍ତିତ ‘ଅବଦାନ’ ଯୋଜନା ଉପରେ ସୂଚନା ଦେଇଥିଲେ। ଭର୍ଚୁଆଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲାର ବରିଷ୍ଠ ନାଗରିକ ସଙ୍ଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri