ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍‌ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଶନିବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅବସରରେ ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଯୋଗଦେଇ କହିଲେ, ରାଜ୍ୟରେ ସାମାଜିକ ସୁରକ୍ଷା ଭତ୍ତା ହିତାଧିକାରୀଙ୍କ ମଧ୍ୟରେ ପ୍ରାୟ ୩୦ଲକ୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ରହିଛନ୍ତି। ବରିଷ୍ଠ ନାଗରିକଙ୍କ ସେବାଯତ୍ନ ପାଇଁ ଅଧିକ ତାଲିମପ୍ରାପ୍ତ ମାନବସମ୍ବଳ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇ ଖୁବ୍‌ଶୀଘ୍ର ସେବାକାରୀଙ୍କ ପାଇଁ ଏକ ତାଲିମ ପ୍ରତିଷ୍ଠାନ ଆରମ୍ଭ ହେବ। ବରିଷ୍ଠ ନାଗରିକଙ୍କ ମଧ୍ୟରେ ଡିଜିଟାଲ ସାକ୍ଷରତା ବ୍ୟାପକ କରିବା ନିମନ୍ତେ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି। ରାଜ୍ୟ ସରକାର ପ୍ରତି ଜିଲାରେ ଆରମ୍ଭ କରୁଥିବା ସମନ୍ବିତ ଭିତ୍ତିଭୂମି କେନ୍ଦ୍ରଗୁଡ଼ିକରେ ବରିଷ୍ଠ ନାଗରିକଙ୍କ ପାଇଁ ବିଶେଷ ସୁବିଧା ସୁଯୋଗ ରହିବ। ଚିକିତ୍ସା, ରଚନାତ୍ମକ କାର୍ଯ୍ୟ, ଅବସର ବିନୋଦନ ନିମନ୍ତେ ସେଠାରେ ବିବିଧ ବ୍ୟବସ୍ଥା ରହିବ। ପ୍ରଥମ ପର୍ଯ୍ୟାୟରେ ୧୦ ଜିଲାରେ ଏହି କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜଟଣୀ ଓ ସମ୍ବଲପୁର କେନ୍ଦ୍ରରେ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ବୋଲି ମନ୍ତ୍ରୀ କହିଥିଲେ। ବିଭାଗୀୟ ଶାସନ ସଚିବ ଭାସ୍କର ଶର୍ମା ବରିଷ୍ଠ ନାଗରିକ ଦିବସ ପାଳନର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିବା ସହିତ ବରିଷ୍ଠ ନାଗରିକଙ୍କ ମାନସିକ ସ୍ବାସ୍ଥ୍ୟ ପ୍ରତି ବିଶେଷ ଯତ୍ନ ଦିଆଯିବା ଉଚିତ ବୋଲି କହିଥିଲେ। ବିଭାଗୀୟ ନିର୍ଦ୍ଦେଶକ ବ୍ରତତୀ ହରିଚନ୍ଦନ ବରିଷ୍ଠ ନାଗରିକଙ୍କ ସୁରକ୍ଷା ତଥା କଲ୍ୟାଣ ନିମନ୍ତେ ଉଦ୍ଦିଷ୍ଟ ରାଜ୍ୟ ସରକାରଙ୍କ ପ୍ରବର୍ତ୍ତିତ ‘ଅବଦାନ’ ଯୋଜନା ଉପରେ ସୂଚନା ଦେଇଥିଲେ। ଭର୍ଚୁଆଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲାର ବରିଷ୍ଠ ନାଗରିକ ସଙ୍ଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri