ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…

ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ ପର୍ଯ୍ୟନ୍ତ କଟକଣା ରଖାଯାଇଛି। ହାଉସିଂବୋର୍ଡ ଛକ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ କେଶରୀ ସିନେମା ହଲ୍‌ଠାରୁ ଆଗକୁ ନ ଯାଇ ବାମ ପଟ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ଏଜି ଛକ ପଟୁ ପିଏମ୍‌ଜି ଛକ ଆଡକୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବଭବନ ପାଖରେ ଅଟକି ଡାହାଣ ପଟରେ ଇନ୍ଦିରା ଗାନ୍ଧୀ ପାର୍କ କଡ଼ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବ। ମାଷ୍ଟରକ୍ୟାଣ୍ଟିନ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ ଲୋୟର ପିଏମ୍‌ଜି ଛକଠାରୁ ବାମ କିମ୍ବା ଡାହାଣ ପାଶର୍‌ବ ରାସ୍ତା ଦେଇ ଯାଇପାରିବ। ୧୨୦ ବାଟାଲିଅନ ଛକ ପଟୁ ପିଏମ୍‌ଜି ଆଡକୁ ଯାଉଥିବା ଗାଡ଼ିଗୁଡ଼ିକ ପାୱାର ହାଉସ ଛକ ଆଡକୁ ଯିବେ। ରାଜଭବନ ଛକ ପଟୁ ଏମ୍‌ଏଲ୍‌ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ିଗୁଡ଼ିକ ଶାସ୍ତ୍ରୀନଗର ଆଡକୁ ଯିବ। ଏହି କଟକଣା ବିଧାନସଭା, ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ୟ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ଆଗାମୀ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର,୨୮ା୩: ପାଗ ଶୁଖିଲା ରହୁଥିବାରୁ ଚଳିତମାସ ଶେଷ ପର୍ଯ୍ୟନ୍ତ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri