ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…

ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ ପର୍ଯ୍ୟନ୍ତ କଟକଣା ରଖାଯାଇଛି। ହାଉସିଂବୋର୍ଡ ଛକ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ କେଶରୀ ସିନେମା ହଲ୍‌ଠାରୁ ଆଗକୁ ନ ଯାଇ ବାମ ପଟ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ଏଜି ଛକ ପଟୁ ପିଏମ୍‌ଜି ଛକ ଆଡକୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବଭବନ ପାଖରେ ଅଟକି ଡାହାଣ ପଟରେ ଇନ୍ଦିରା ଗାନ୍ଧୀ ପାର୍କ କଡ଼ ରାସ୍ତା ଦେଇ ଗନ୍ତବ୍ୟ ସ୍ଥଳକୁ ଯାଇପାରିବ। ମାଷ୍ଟରକ୍ୟାଣ୍ଟିନ ପଟୁ ଆସୁଥିବା ସମସ୍ତ ଗାଡ଼ିଗୁଡ଼ିକ ଲୋୟର ପିଏମ୍‌ଜି ଛକଠାରୁ ବାମ କିମ୍ବା ଡାହାଣ ପାଶର୍‌ବ ରାସ୍ତା ଦେଇ ଯାଇପାରିବ। ୧୨୦ ବାଟାଲିଅନ ଛକ ପଟୁ ପିଏମ୍‌ଜି ଆଡକୁ ଯାଉଥିବା ଗାଡ଼ିଗୁଡ଼ିକ ପାୱାର ହାଉସ ଛକ ଆଡକୁ ଯିବେ। ରାଜଭବନ ଛକ ପଟୁ ଏମ୍‌ଏଲ୍‌ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ିଗୁଡ଼ିକ ଶାସ୍ତ୍ରୀନଗର ଆଡକୁ ଯିବ। ଏହି କଟକଣା ବିଧାନସଭା, ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ୟ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri