ଶ୍ରେଣୀଗୃହ ନିର୍ମାଣ ନ ହେଲେ ଆନ୍ଦୋଳନ

ବଇଣ୍ଡା,୩୦।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଥିବା କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ସ୍ଥାନାନ୍ତରକୁ ନୁନୁକାପଶି ପଞ୍ଚାୟତ ଲୋକପ୍ରତିନିଧି, ଅଭିଭାବକ ଓ ଗ୍ରାମବାସୀଙ୍କ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ମଙ୍ଗଳବାର ବିଦ୍ୟାଳୟ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ସରପଞ୍ଚ ଦୀପ୍ତିମୟୀ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ମୋ ସ୍କୁଲ କମିଟି ସଭାପତି ଭଗବାନ ଘିୱାଲା, ୱାର୍ଡ ମେମ୍ବର ଲିଲି ପ୍ରଧାନ, ହେମନ୍ତ ବେହେରା, ଜ୍ୟୋତ୍ସ୍ନାମୟୀ ମହାଳିକ, ସୁମନ୍ତ ବେହେରା, ରମାକାନ୍ତ ବେହେରା, ଜିତେନ୍ଦ୍ର ବେହେରା, ପରିକ୍ଷିତ ସାହୁ, ଦିଲୀପ କୁମାର ବେହେରା, ରମେଶ କୁମାର ବେହେରା, ଦେବଦତ୍ତ ବେହେରା, ସୁରେଶ ଚନ୍ଦ୍ର ସାହୁ, ବୁଧେଇ ମହାପାତ୍ର, ଅଞ୍ଜଳି ଶଙ୍ଖାରୀ ଓ ଗ୍ରାମବାସୀ ଯୋଗଦେଇଥିଲେ। ଅଞ୍ଚଳବାସୀ କହିଥିଲେ, କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟକୁ ୫୫ ନମ୍ବର ଜାତୀୟ ରାଜପଥ ପାର ହୋଇ ୫୦୦ ମିଟର ଦୂରରେ ଥିବା ହାଇସ୍କୁଲକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନ ଓ କେତେଜଣ କୁଜି ନେତା ଯୋଜନା କରୁଛନ୍ତି। ଏ ନେଇ ଅଭିଭାବକ ଓ ବଇଣ୍ଡା ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ପ୍ରଶାସନ ଶୁଣୁନାହିଁ। କେତେଜଣ ନେତା ବ୍ୟକ୍ତିଗତ ସ୍ବାର୍ଥ ପାଇଁ ରାସ୍ତା କାର୍ଯ୍ୟ ନେଇଥିବା ଠିକା ସଂସ୍ଥା ସହ ସଲାସୁତରା ହୋଇ ବିଦ୍ୟାଳୟ ସ୍ଥାନାନ୍ତର କରିବାରେ ସହଯୋଗ କରୁଥିବା ବଇଣ୍ଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତୁରନ୍ତ ପ୍ରାଥମିକ ବିଦ୍ୟାଳୟକୁ ପଛ ପଟେ ଥିବା ୩୯ ଡିସିମିଲ ଜମିରେ ନିର୍ମାଣ କରିବା ପାଇଁ ସରପଞ୍ଚଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏଥିସହ ଶ୍ରେଣୀଗୃହ ନିର୍ମାଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ। ଏନେଇ ପଞ୍ଚାୟତ ପକ୍ଷରୁ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସରପଞ୍ଚ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri