ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।

ତେବେ ଏହାରି ଭିତରେ ବଡ଼ ସୂଚନା ମିଳିଛି କି, ପୁରୀରେ ହବିଷ୍ୟାଳିମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
ବୃନ୍ଦାବତୀ ନିବାସ ସାମ୍ନାରେ ହବିଷ୍ୟାଳିମାନେ ଏକାଠି ହୋଇ ଆନ୍ଦୋଳନ କରିଛନ୍ତି। ପଞ୍ଜୀକରଣ କରି ନ ଥିବା ହବିଷ୍ୟାଳିମାନେ ରହଣି ଦାବି କରି ଆନ୍ଦୋଳନ କରୁଛନ୍ତି। ଏନେଇ ଘଟଣାସ୍ଥଳରେ ଆନ୍ଦୋଳନକାରୀଙ୍କୁ ବୁଝାସୁଝା ପାଇଁ ଅତିରିକ୍ତ ଜିଲାପାଳ, ଉପଜିଲାପାଳ ପହଞ୍ଚିଛନ୍ତି। ଉପଜିଲାପାଳ କହିଛନ୍ତି, ପ୍ରଥମେ ପଞ୍ଜୀକୃତ ହବିଷ୍ୟାଳିଙ୍କ ଲାଗି ବ୍ୟବସ୍ଥା କରାଯିବ। ଏହା ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ଦିଆଯିବ।

ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ନେଇ ପୁରୀରେ ସମସ୍ୟା ଉପୁଜିବା ପରେ ଶୁକ୍ରବାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ସେ କହିଛନ୍ତି, ଯେଉଁ ମା’ମାନେ ଆସିଛନ୍ତି ସମସ୍ତଙ୍କ ପାଇଁ ରହିବା ବ୍ୟବସ୍ଥା ହେବ। ପଞ୍ଜୀକୃତ କରି ଆସି ନ ଥିବା ହବିଷ୍ୟାଳି ମା’ମାନେ ରହିବେ। ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସ୍ଥାନାଭାବ ହେଲେ ବି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ମୁଁ ଏନେଇ ଜିଲା ପ୍ରଶାସନ ସହ ଆଲୋଚନା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

ମଝି ଆକାଶରେ ଯାତ୍ରୀଙ୍କୁ ଆସିଲା ହାର୍ଟଆଟାକ୍‌, ଆଉ ତା’ପରେ…

ନୂଆଦିଲ୍ଲୀ,୨୨।୧: ନାଗପୁର ବିମାନବନ୍ଦରରେ ଉଡ଼ାଣ ସମୟରେ ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ଖରାପ ହୋଇଯିବାରୁ ଉତ୍ତେଜନା ସୃଷ୍ଟି ହୋଇଛି। ଗାଜିଆବାଦରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ...

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି।...

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri