ଘୂର୍ଣ୍ଣିବଳୟ:୨ ଦିନ ଝଡ଼ବର୍ଷା

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ସେହିପରି ଗୁରୁବାରଠାରୁ ପଶ୍ଚିମଓଡ଼ିଶାରେ ୩ ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢିବା ସମ୍ଭାବନା ରହିଛି। ଦୁଇଦିନ ପାଗ ଶୁଖିଲା ରହିବା ପରେ ଆସନ୍ତା ୫ରୁ ୬ ତାରିଖରେ ପ୍ରାୟ ୨୨ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଅନୁମାନ କରାଯାଇଛିd ଏହ ଜିଲାଗୁଡ଼ିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୋନପୁର, କନ୍ଧମାଳ, ବଲାଙ୍ଗିର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ସବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ତେବେ ସୋନପୁରରେ ସର୍ବାଧିକ ୪୪.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଥଇତ୍ବା ବେଳେ ବୌଦ୍ଧ ୪୩, ସମ୍ବଲପୁର ୪୩.୬, ବଲାଙ୍ଗୀର ୪୩.୪, ଟିଟିଲାଗଡ ୪୨.୬, ହୀରାକୁଦ ୪୨. ୧, ଭବାନୀପାଟଣା ୪୦.୫ ଏବଂ ନୂଆପଡାରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?