କଲେଜରେ ହେବ ଟିକାକରଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି। ଗତ କିଛି ଦିନ ହେବ ଲଗାତର ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଟିକାକରଣକୁ ଗୁରୁତ୍ୱ ଦେଉଛନ୍ତି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କଲେଜ, ବିଶ୍ୱବିଦ୍ୟାଳୟ, ବିଭିନ୍ନ ଇଞ୍ଜିନିୟରିଂ କଲେଜ, ଛାତ୍ରାବାସ ଆଦିରେ ଛାତ୍ରୀଛାତ୍ରମାନଙ୍କର ଟିକାକରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ପ୍ରଥମ ଓ ଦ୍ୱିତୀୟ ଡୋଜ୍‌ ପରେ ଏବେ ବରିଷ୍ଠ ନାଗରିକଙ୍କୁ ବୁଷ୍ଟର ଡୋଜ୍‌ ଦେବା ଜାରି ରହିଛି। ଶୁକ୍ରବାରଠାରୁ ୧୮ରୁ ୫୯ ବର୍ଷୀୟଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ଏହି ଡୋଜ୍‌ ମାଗଣାରେ ପ୍ରଦାନ କରାଯିବ। ୭୫ ଦିନ ଧରି ଚାଲିବାକୁ ଥିବା ଏହି ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଉଭୟ ଅନ୍‌ଲାଇନ୍‌ ବୁକିଂ କିମ୍ବା ସିଧାସଳଖ ଟିକାକେନ୍ଦ୍ରକୁ ଯାଇ ଲୋକମାନେ ବୁଷ୍ଟର ଡୋଜ୍‌ ନେଇ ପାରିବେ। ରାଜ୍ୟରେ ୧୮ରୁ ୫୯ ବର୍ଷ ବୟସ ବର୍ଗରେ ରହିଥିବା ୨କୋଟି ୬୫ଲକ୍ଷ ୮୫ହଜାର ଲୋକଙ୍କ ମଧ୍ୟରୁ ମାତ୍ର ୧ ପ୍ରତିଶତ ଅଥବା ପ୍ରାୟ ୧ଲକ୍ଷ ୫୦ ହଜାର ଲୋକ ପ୍ରିକଶନ ବା ବୁଷ୍ଟର ଡୋଜ୍‌ ନେଇଛନ୍ତି। ଅର୍ଥାତ୍‌ ୯୯% ଲୋକ ବୁଷ୍ଟର ଟିକା ନେଇ ନ ଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ଲୋକସେବା ଭବନରେ ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା କରିଛନ୍ତି। ସହରାଞ୍ଚଳଗୁଡ଼ିକରେ ୧୮ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଟିକାକରଣ କାର୍ଯ୍ୟରେ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀ, ଜନପ୍ରତିନିଧି, ସେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସାମିଲ କରିବାକୁ ଉନ୍ନୟନ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି। ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲେକ୍ସନ ସେଣ୍ଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ୍‌ ଚିକିତ୍ସା ସୁବିଧା ବିଷୟରେ ଲୋକମାନଙ୍କୁ ଠିକ୍‌ ସୂଚନା ପ୍ରଦାନ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସମୀକ୍ଷାରୁ ଜଣାପଡ଼ିଛି ଯେ ରାଜ୍ୟରେ ସମୁଦାୟ ୪୨୬୨ ସକ୍ରିୟ କୋଭିଡ୍‌ କେସ୍‌ ରହିଛି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ସଂଖ୍ୟା ୭୧। ସଂକ୍ରମିତମାନେ ମୁଖ୍ୟତଃ ହୋମ୍‌ ଆଇସୋଲେଶନ୍‌ରେ ରହି ଚିକିତ୍ସିତ ହେଉଛନ୍ତି। ଏବେ ସୁଦ୍ଧା ୩୯ ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରତ୍ୟେକ ମେଡିକାଲ କଲେଜ ଏବଂ ଜିଲା ଚିକିତ୍ସାଳୟରେ ସ୍ବତନ୍ତ୍ର କୋଭିଡ୍‌ ୱାର୍ଡ ବ୍ୟବସ୍ଥା କରାଯାଇଛି। ଆବଶ୍ୟକତା ଅନୁସାରେ ହସ୍ପିଟାଲ ଏବଂ ବେଡ୍‌ ସଂଖ୍ୟା ବଢ଼ାଇବା ପାଇଁ ପ୍ରତି ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୦୪ ସଂକ୍ରମିତଙ୍କ ମଧ୍ୟରୁ ୪୭୧ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ୨୬ ଜିଲାରୁ ଏହି ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଅନ୍ୟ ୪ ଜିଲାରେ ସଂକ୍ରମଣ ନେଇ ସୂଚନା ନାହିଁ। ସଂକ୍ରମଣ କ୍ଷେତ୍ରରେ ଖୋର୍ଦ୍ଧା ଜିଲା ହଟ୍‌ସ୍ପଟ୍‌ ପାଲଟିଛି। କେବଳ ଏହି ଜିଲାରୁ ୩୦୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି କଟକ ଜିଲାରୁ ୧୧୯ଜଣ, ସୁନ୍ଦରଗଡ଼ରୁ ୮୦, ସମ୍ବଲପୁରରୁ ୩୦, ପୁରୀ, ମୟୂରଭଞ୍ଜରୁ ୨୮ଜଣ ଲେଖାଏ, ଯାଜପୁରରୁ ୧୯, ଜଗତ୍‌ସିଂହପୁରରୁ ୧୮, ନୟାଗଡ଼ରୁ ୧୭, ବାଲେଶ୍ୱରରୁ ୧୧, ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା ଏବଂ ସୋନପୁରରୁ ୯ଜଣ ଲେଖାଏ, କଳାହାଣ୍ଡିରୁ ୮, କୋରାପୁଟରୁ ୬, ବଲାଙ୍ଗୀର, ଗଜପତି, କେନ୍ଦୁଝରରୁ ୫ଜଣ ଲେଖାଏ, ଅନୁଗୋଳରୁ ୩ଜଣ, ବୌଦ୍ଧ, ରାୟଗଡ଼ାରୁ ୨ଜଣ ଲେଖାଏ, ବରଗଡ଼, ଦେବଗଡ଼, କନ୍ଧମାଳ, ମାଲକାନଗିରିରୁ ଜଣେ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି। ସେହିପରି ୨୪ ଘଣ୍ଟାରେ ୪୨୦ଜଣ ସୁସ୍ଥ ହୋଇଥିବା ବେଳେ ୪୨୬୨ଜଣ ଆକ୍ରାନ୍ତ ରହିଛନ୍ତି।
ଏ ପର୍ଯ୍ୟନ୍ତ ୧୨ରୁ ୧୪ ବର୍ଷର ପିଲାଙ୍କ ମଧ୍ୟରୁ ୯୮% ପ୍ରଥମ ଡୋଜ୍‌ ଏବଂ ୭୨% ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ସେହିପରି ୧୫ରୁ ୧୭ ବର୍ଷ ବୟସର ପିଲାଙ୍କୁ ୯୨% ପ୍ରଥମ ଏବଂ ୮୨% ଦ୍ୱିତୀୟ ଡୋଜ୍‌ ଟିକାକରଣ କରାଯାଇଛି। ୧୮ରୁ ଅଧିକ ବୟସ ବର୍ଗର ଲୋକଙ୍କ ମଧ୍ୟରେ ୯୬% ପ୍ରଥମ ଏବଂ ୯୦%ଙ୍କର ଦ୍ୱିତୀୟ ଡୋଜ୍‌ ଟିକାକରଣ ସରିଛି। କରୋନା ଯୋଦ୍ଧା, ସମ୍ମୁଖ ଯୋଦ୍ଧା, ସ୍ବାସ୍ଥ୍ୟ କର୍ମୀ ଓ ୬୦ ବର୍ଷରୁ ଅଧିକ ଲୋକଙ୍କ ମଧ୍ୟରୁ ୨୮%ଙ୍କର ଟିକାକରଣ କରାଯାଇଛି।
ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳଙ୍କ ସମେତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଜିଲାପାଳ ଏବଂ ମ୍ୟୁନିସିପାଲିଟି କମିଶନରମାନେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ନିଜ ନିଜ ଅଞ୍ଚଳର କୋଭିଡ୍‌ ସ୍ଥିତି ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri