ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ କଡ଼ା ସମାଲୋଚନା କରିଥିଲେ। ବିଗତ ୨୪ ବର୍ଷ ହେଲା ରାଜ୍ୟରେ କଥା କୁହା କପିଳା ସରକାର ଚାଲିଥିଲା। ବିଗତ ସରକାର ଜଣେ ଗରିବ ଲୋକଙ୍କୁ ଘରଟିଏ ଦେଇ ପାରୁନଥିଲେ। କିନ୍ତୁ ଆମ ସରକାର ଦଳମତ ନିର୍ବିଶେଷରେ ସମସ୍ତଙ୍କୁ ପକ୍କା ଘର ଦେଉଛନ୍ତି। ଏଥିପାଇଁ ପଦକ୍ଷେପ ନିଆଯାଇଛି।
ଆସନ୍ତା ୩ ବର୍ଷ ମଧ୍ୟରେ ୭୫୫୦ କୋଟି ଟଙ୍କା ଅନ୍ତ୍ୟୋଦୟ ଗୃହ ଯୋଜନାରେ ଖର୍ଚ୍ଚ କରିବା ଯୋଜନା ଅଛି। ଆଜି ପ୍ରଥମ ଦିବସରେ ୫୦ ହଜାରରୁ ଊର୍ଦ୍ଧ୍ୱ ପକ୍କା ଘର ନିର୍ମାଣ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏହି ଯୋଜନାରେ ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯିବ। ଏଥିସହ ଏମ୍‌ଜିଏନ୍‌ଆର୍‌ଇ୍‌ଏସ୍‌ ସମେତ ଅନ୍ୟାନ୍ୟ ଯୋଜନାରେ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କାର୍ଯ୍ୟାଦେଶ ପାଇବାର ୪ ମାସ ମଧ୍ୟରେ କାମ କଲେ ୨୦ ହଜାର ଟଙ୍କା ଅଧିକ ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯିବ ୬ ମାସରେ କାମ ସାରିଲେ ୧୦ ହଜାର ଟଙ୍କା ମିଳିବ। ରାଜ୍ୟର ବିକାଶ ପାଇଁ ଅର୍ଥର ଅଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେବ। ଏଥିପାଇଁ ୫ କୋଟି ବ୍ୟୟ କରାଯିବ। ଭିତ୍ତିଭୂମି ସୁଦୃଢ଼ ହେଲେ ଆମ ଛାତ୍ରୀଛାତ୍ର ସଂସ୍କୃତି, ଶିକ୍ଷା, ସାହିତ୍ୟର ପରାକାଷ୍ଠା ଦେଖାଇବେ। ଘରୋଇ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ସରକାରୀ ବିଦ୍ୟାଳୟକୁ ଫେରି ଆସିବେ। ଏ ବାବଦରେ ୪ ବର୍ଷରେ ୭୦୦୦ କୋଟି ଟଙ୍କା ବ୍ୟୟ ହେବ। ଖାଲି ଥିବା ଦେଢ଼ ଲକ୍ଷ ସରକାରୀ ପଦବୀ ପୂରଣ ହେବ। ସେଥିମଧ୍ୟରୁ ୬୫ ହଜାର ପଦବୀ ପୂରଣ ହେବ ଦୁଇ ବର୍ଷ ମଧ୍ୟରେ। ଜିଲାଭିତ୍ତିରେ ନିଯୁକ୍ତି ଦେବା ବ୍ୟବସ୍ଥା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୩ କୋଟି ୫୨ ଲକ୍ଷ ଲୋକ ସ୍ବାସ୍ଥ୍ୟ ବୀମା ଯୋଜନାରେ ଜଡ଼ିତ ହୋଇଛନ୍ତି । ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ୧୩ ଲକ୍ଷ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ବିଭିନ୍ନ କମ୍ପାନୀ ସହ ଚୁକ୍ତି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଏଣିକି ଜିଲାକୁ ଫେରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ଆଜି ୩୫୪ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ହୋଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ଆୟୋଜିତ ସଭାରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ତହସିଲଦାର ଅବିନାଶ ମହାର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହିଭଳି ଗଞ୍ଜାମ ଜିଲାର ୨୧ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ବେଲଗୁଣ୍ଠା ବ୍ଲକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ଯୋଗୁ ସେଠି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri