ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ କଡ଼ା ସମାଲୋଚନା କରିଥିଲେ। ବିଗତ ୨୪ ବର୍ଷ ହେଲା ରାଜ୍ୟରେ କଥା କୁହା କପିଳା ସରକାର ଚାଲିଥିଲା। ବିଗତ ସରକାର ଜଣେ ଗରିବ ଲୋକଙ୍କୁ ଘରଟିଏ ଦେଇ ପାରୁନଥିଲେ। କିନ୍ତୁ ଆମ ସରକାର ଦଳମତ ନିର୍ବିଶେଷରେ ସମସ୍ତଙ୍କୁ ପକ୍କା ଘର ଦେଉଛନ୍ତି। ଏଥିପାଇଁ ପଦକ୍ଷେପ ନିଆଯାଇଛି।
ଆସନ୍ତା ୩ ବର୍ଷ ମଧ୍ୟରେ ୭୫୫୦ କୋଟି ଟଙ୍କା ଅନ୍ତ୍ୟୋଦୟ ଗୃହ ଯୋଜନାରେ ଖର୍ଚ୍ଚ କରିବା ଯୋଜନା ଅଛି। ଆଜି ପ୍ରଥମ ଦିବସରେ ୫୦ ହଜାରରୁ ଊର୍ଦ୍ଧ୍ୱ ପକ୍କା ଘର ନିର୍ମାଣ ପାଇଁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏହି ଯୋଜନାରେ ଜଣେ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯିବ। ଏଥିସହ ଏମ୍‌ଜିଏନ୍‌ଆର୍‌ଇ୍‌ଏସ୍‌ ସମେତ ଅନ୍ୟାନ୍ୟ ଯୋଜନାରେ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କାର୍ଯ୍ୟାଦେଶ ପାଇବାର ୪ ମାସ ମଧ୍ୟରେ କାମ କଲେ ୨୦ ହଜାର ଟଙ୍କା ଅଧିକ ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯିବ ୬ ମାସରେ କାମ ସାରିଲେ ୧୦ ହଜାର ଟଙ୍କା ମିଳିବ। ରାଜ୍ୟର ବିକାଶ ପାଇଁ ଅର୍ଥର ଅଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ହେବ। ଏଥିପାଇଁ ୫ କୋଟି ବ୍ୟୟ କରାଯିବ। ଭିତ୍ତିଭୂମି ସୁଦୃଢ଼ ହେଲେ ଆମ ଛାତ୍ରୀଛାତ୍ର ସଂସ୍କୃତି, ଶିକ୍ଷା, ସାହିତ୍ୟର ପରାକାଷ୍ଠା ଦେଖାଇବେ। ଘରୋଇ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ସରକାରୀ ବିଦ୍ୟାଳୟକୁ ଫେରି ଆସିବେ। ଏ ବାବଦରେ ୪ ବର୍ଷରେ ୭୦୦୦ କୋଟି ଟଙ୍କା ବ୍ୟୟ ହେବ। ଖାଲି ଥିବା ଦେଢ଼ ଲକ୍ଷ ସରକାରୀ ପଦବୀ ପୂରଣ ହେବ। ସେଥିମଧ୍ୟରୁ ୬୫ ହଜାର ପଦବୀ ପୂରଣ ହେବ ଦୁଇ ବର୍ଷ ମଧ୍ୟରେ। ଜିଲାଭିତ୍ତିରେ ନିଯୁକ୍ତି ଦେବା ବ୍ୟବସ୍ଥା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ୩ କୋଟି ୫୨ ଲକ୍ଷ ଲୋକ ସ୍ବାସ୍ଥ୍ୟ ବୀମା ଯୋଜନାରେ ଜଡ଼ିତ ହୋଇଛନ୍ତି । ଆଗାମୀ ୫ ବର୍ଷ ମଧ୍ୟରେ ରାଜ୍ୟରେ ୧୩ ଲକ୍ଷ ବେକାର ଯୁବତୀଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ବିଭିନ୍ନ କମ୍ପାନୀ ସହ ଚୁକ୍ତି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଏଣିକି ଜିଲାକୁ ଫେରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ଆଜି ୩୫୪ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ହୋଇଥିଲା। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ଆୟୋଜିତ ସଭାରେ ବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ତହସିଲଦାର ଅବିନାଶ ମହାର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହିଭଳି ଗଞ୍ଜାମ ଜିଲାର ୨୧ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ବେଲଗୁଣ୍ଠା ବ୍ଲକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ଯୋଗୁ ସେଠି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

୧୨ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ, ମୁଖ୍ୟ ଶାସନ ସଚିବ ସୂଚନା ଦେଇ କହିଲେ ଏହି ବିଭାଗର…

ଭୁବନେଶ୍ୱର,୩୧ା୧: ସରିଲା କ୍ୟାବିନେଟ୍‌ ବୈଠକ। ଏହା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

NCP ବିଧାୟକ ଦଳର ନେତା ନିର୍ବାଚିତ ହେଲେ Sunetra Pawar, ସନ୍ଧ୍ୟା ୫ଟାରେ ଉପ ମୁଖ୍ୟମନ୍ତ୍ରୀ ଶପଥ ନେବେ

ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri