Posted inରାଜ୍ୟ

ମୋ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି: ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୮।୧୨ (ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଛି। ହେଲେ ବର୍ଷା ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଘଟଣା ସଂକ୍ରାନ୍ତରେ ବୁଧବାର ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କୁ ଭେଟି ତାଙ୍କ ନାଁରେ ମିଥ୍ୟା ଅଭିଯୋଗ ହୋଇଥିବା କହିଛନ୍ତି। ତେବେ ସମସ୍ତ ପ୍ରମାଣ ତଦନ୍ତକାରୀ ଅଧିକାରୀଙ୍କୁ ଦେବାକୁ ବର୍ଷାଙ୍କୁ ଡିସିପି ସିଂ କହିଛନ୍ତି। ଏଥିସହ ବର୍ଷା ତାଙ୍କ ଫେସ୍‌ବୁକ୍‌ ପେଜ୍‌ରେ ସ୍ପଷ୍ଟୀକରଣ ଦେଇ କହିଛନ୍ତି, ମୋ ନାଁରେ ଯେଉଁମାନେ ଷଡ଼ଯନ୍ତ୍ର କରିଛନ୍ତି, ସେମାନଙ୍କ ବିରୋଧରେ ଆଇନର ଦ୍ୱାରସ୍ଥ ହେବି। ଶହୀଦନଗର ଥାନାରେ ସତ୍ୟକାଳୀ ବସ୍ତିରେ ରହୁଥିବା କଲ୍ୟାଣୀ ନାମ୍ନୀ ମହିଳା ବର୍ଷାଙ୍କ ନାମରେ ଉକ୍ତ ଠକେଇ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ୪ ମାସ ତଳେ ଜନତା ମଇଦାନରେ ବର୍ଷାଙ୍କୁ ଭେଟିଥିଲେ କଲ୍ୟାଣୀ। ହେଲେ ବର୍ଷା ସମୟ ନ ଥିବା କହିବା ସହ ସାଙ୍ଗରେ ଥିବା ସହଯୋଗୀ ଆୟୁଷୀ ପ୍ରିୟଦର୍ଶିନୀଙ୍କ ସହ କଥା ହେବାକୁ କଲ୍ୟାଣୀଙ୍କୁ କହିଥିଲେ। ପରବର୍ତ୍ତୀ ସମୟରେ ଆୟୁଷୀ କଲ୍ୟାଣୀଙ୍କୁ ଏକ ପ୍ରତିଷ୍ଠିତ ସୁନା ଦୋକାନରେ ଚାକିରି କରାଇ ଦେବାକୁ କହିବା ସହ ଏଥିପାଇଁ ବର୍ଷାଙ୍କ ଆକାଉଣ୍ଟଙ୍କୁ ଟଙ୍କା ପଠାଇବାକୁ କହିଥିଲେ। ଗତ ଜୁଲାଇ ୨୭ରେ ବର୍ଷାଙ୍କ ଆକାଉଣ୍ଟକୁ କଲ୍ୟାଣୀ ୩୦ ହଜାର ପଠାଇଥିଲେ। ଚାକିରି ନ ଦେବାରୁ ସେ ହାଇକକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲା ରୁଜୁ କରି ତଦନ୍ତ କରିବାକୁ କୋର୍ଟଙ୍କ ପକ୍ଷରୁ ଶହୀନଗର ଥାନାକୁ ଚିଠି ଆସିଥିଲା। ପରେ ପୋଲିସ ବର୍ଷା, ସହଯୋଗୀ ଆୟୁଷୀ ଓ ଜଣେ ସୁନା ଦୋକାନୀଙ୍କ ନାଁରେ ମାମଲା (ନଂ ୫୬୫/୨୨) ରୁଜୁ କରିଛି। ଥାନାଧିକାରୀ ମନୋଜ କୁମାର ଶତପଥୀ କହିଛନ୍ତି, ଭୁଲ୍‌ରେ ଟଙ୍କା ଆସିଥିବା ଭାବି ଉକ୍ତ ଆକାଉଣ୍ଟକୁ ୩୦ ହଜାର ଟଙ୍କା ଫେରାଇ ଦେଇଥିବାର ଟ୍ରାଞ୍ଜାକ୍ସନ ଦସ୍ତାବିଜ୍‌ ବର୍ଷା ଦେଇଛନ୍ତି। ମାମଲାର ସତ୍ୟତା ଜାଣିବାକୁ ଅଧିକ ତଦନ୍ତ କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri