ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ। ବିଜେଡିର ୮ ଏବଂ କଂଗ୍ରେସରୁ ୩ କ୍ରସ୍‌ ଭୋଟିଂ ପୂରା ଖେଳକୁ ବଦଳାଇ ଦେଇଛି। ବିଜେଡିରୁ ଚକ୍ରମଣି, ସୁବାସିନୀ, ସୌଭିକ, ନବ ମଲ୍ଲିକ, ରମାକାନ୍ତ ଭୋଇ, ଦେବୀରଞ୍ଜନ ତ୍ରିପାଠୀ, ନିଲମ୍ବିତ ସନା ମହାକୁଡ଼, ଅରବିନ୍ଦ ମହାପାତ୍ର ମଧ୍ୟ କ୍ରସ୍‌ ଭୋଟିଂ କରିଥିବା ନେଇ ପ୍ରତାପ ଦେବ ଗଣମାଧ୍ୟମ ଆଗରେ କହିଛନ୍ତି। ଦଳ ଭିତରେ ଜଣଙ୍କ ପରେ ଜଣେ ବିଧାୟକ କ୍ରସ୍‌ ଭୋଟିଂ କରିବେ, ଏକଥା ସୁପ୍ରିମୋ ନବୀନଙ୍କ ଧାରଣା ବାହାରେ ଥିଲା । କିନ୍ତୁ ଆଶ୍ଚର୍ଯ୍ୟର କଥା ଭୋଟ ଦେବା ପରେ ଖୋଲାଖୋଲି କ୍ରସଭୋଟିଂ କଥା ସ୍ବୀକାର କରିଥିଲେ ଦୁଇ ଯୁବ ବିଧାୟକ ସୌଭିକ ବିଶ୍ବାଳ ଓ ଦେବୀରଞ୍ଜନ ତ୍ରିପାଠୀ ।

ସେପଟେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ବିସ୍ଫୋରକ ବୟାନ ଦେଇ କହିଛନ୍ତି, କଂଗ୍ରେସରୁ ୩ ଜଣ ବିଧାୟକ କ୍ରସ୍‌ ଭୋଟିଂ କରିଛନ୍ତି।ସେମାନେ ହେଲେ ରମେଶ ଜେନା, ସୋଫିଆ ଫିର୍ଦ୍ଦୋଶ ଓ ଦାଶରଥୀ ଗମାଙ୍ଗ । ୩ ଜଣ ବିଧାୟକ ଏଭଳି ଭାବେ କାମ କରିବା କଳ୍ପନାର ବାହାରେ ଥିଲା ବୋଲି ଭକ୍ତ କହିଛନ୍ତି। ଭକ୍ତ କହିଛନ୍ତି, ସ୍ବଇଚ୍ଛାରେ ବିରୋଧାଚରଣ କରି ବିଶ୍ବାସଘାତ କରିଛନ୍ତି । ଏଭଳି ସମସ୍ୟଙ୍କ ବିଧାନସଭାରୁ ସଦସ୍ୟତା କାଟିଦେବା ଉଚିତ୍‌ । ଜମିଦାର ହୋଇ କଂଗ୍ରେସ ଦଳରେ ଥିବା ଲୋକମାନେ ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ ବୋଲି ଭକ୍ତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri