ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା ଝଡ଼ର ପ୍ରସ୍ଥାନ ପରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ବୃଦ୍ଧି ସହ ଶୀତର ମାତ୍ରା ବୃଦ୍ଧି ପାଇବା ନେଇ ସୂଚନା ମିଳିଛି। ଆସନ୍ତା ୭ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ କିଛି ସ୍ଥାନରେ ୧ରୁ ୨ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଆଗାମୀ ୫ଦିନ ପର୍ଯ୍ୟନ୍ତ କୁହୁଡି ନେଇ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, କନ୍ଧମାଳ ଏବଂ କଳାହାଣ୍ଡି ଜିଲାକୁ ସତର୍କ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗତ ୨୪ଘଣ୍ଟାରେ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ସାଧାରଣ ତାପମାତ୍ରା ରହିଥିଲା। କୋରାପୁଟରେ ସର୍ବାଧିକ ଥଣ୍ଡା ଅନୁଭୂତ ହୋଇଥିଲା। ଏଠାରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ ରହିଥିଲା। ଏହା ସ୍ବାଭାବିକ ତାପମାତ୍ରାଠାରୁ ୭.୨ ଡିଗ୍ରୀ କମ୍‌ ରହିଥିଲା। ସେହିପରି ଜି.ଉଦୟଗିରିରେ ୬.୮ ଡିଗ୍ରୀ, ଦାରିଙ୍ଗିବାଡ ୭, ସେମିଳିଗୁଡା ଓ ଫୁଲବାଣୀରେ ୮ଡିଗ୍ରୀ, ନବରଙ୍ଗପୁର ୮.୫, ବୌଦ୍ଧ ୯.୨, ଚିପିଲିମା ଓ ରାଉରକେଲାରେ ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଏଥିସହ ଭୁବନେଶ୍ୱରରେ ୧୩.୬ ଡିଗ୍ରୀ ଏବଂ କଟକରେ ୧୨.୪ ଡିଗ୍ରୀ ତାପମାତ୍ରା ରହିଛି। ଏଥିସହ ସୋମବାର ରାଉରକେଲା, ବଲାଙ୍ଗୀର, ସୋନପୁର, ଝାରସୁଗୁଡା ଓ ଫୁଲବାଣୀରେ ଘନ କୁହୁଡି ଏବଂ ଭବାନୀପାଟଣା, କୋରାପୁଟ, ବାରିପଦା, ପାରାଦୀପ, କେନ୍ଦୁଝର, ସମ୍ବଲପୁର ଓ ହୀରାକୁଦରେ ମଧ୍ୟମରୁ ସାମାନ୍ୟ କୁହୁଡି ପରିଲକ୍ଷିତ ହୋଇଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri