Posted inଜାତୀୟ

ବନ୍ଦ ରହିବ ରାଜଧାନୀର ଏହି ୧୨ ରାସ୍ତା

ନୂଆଦିଲ୍ଲୀ,୩୦ା୮: ସେପ୍ଟେମ୍ବର ୮ରୁ ୧୦ପର୍ଯ୍ୟନ୍ତ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ସମ୍ମିଳନୀ ଯୋଗୁ ଦିଲ୍ଲୀ ପୋଲିସ ସମେତ ବିଭିନ୍ନ ସୁରକ୍ଷା ଏଜେନ୍ସି ଟ୍ରାଫିକ ପାଇଁ ଏକ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି ସମ୍ମିଳନୀ ସମ୍ବନ୍ଧରେ ସାଧାରଣ ନାଗରିକମାନଙ୍କୁ ମଧ୍ୟ କିଛି ବିଶେଷ ନିର୍ଦ୍ଦେଶ ଦିଆଯାଇଛି।

ଏହି ଶିଖର ସମ୍ମିଳନୀ ଯୋଗୁ୍‌ ସମସ୍ତ ସରକାରୀ ଅନୁଷ୍ଠାନ ଏବଂ ବେସରକାରୀ କାର୍ଯ୍ୟାଳୟ ବ୍ୟତୀତ ବ୍ୟାଙ୍କ ସମେତ ସମସ୍ତ ଆର୍ଥିକ ଅନୁଷ୍ଠାନ ୮ରୁ୧୦ ସେପ୍ଟେମ୍ବର ପର୍ଯ୍ୟନ୍ତ ବନ୍ଦ ରହିବ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ କେତେକ ସମ୍ବେଦନଶୀଳ ସ୍ଥାନରେ ସତର୍କତାମୂଳକ ପଦକ୍ଷେପ ଭାବରେ ଧାରା ୧୪୪ ଲାଗୁ କରିଛି। ଅର୍ଥାତ୍‌ ଏହି ସ୍ଥାନଗୁଡିକରେ ୪ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ।

ଏହି ସମ୍ମିଳନୀ ଯୋଗୁ ସେପ୍ଟେମ୍ବର ୭ରୁ ଦିଲ୍ଲୀ ରାସ୍ତାରେ ଟ୍ରାଫିକ ଡାଇଭର୍ସନ କାର୍ଯ୍ୟକାରୀ ହେବ। ଏହି ଅବଧି ମଧ୍ୟରେ ଆମ୍ବୁଲାନ୍ସ ପାଇଁ ଉତ୍ସର୍ଗୀକୃତ କଣ୍ଟ୍ରୋଲ ରୁମ୍‌, ଭିଆଇପି ଗତି ପାଇଁ ଭର୍ଚୁଆଲ ହେଲ୍ପ ଡେସ୍କ ପରି ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସହିତ ସଂଯୁକ୍ତ ଯାନ ବ୍ୟତୀତ ଅନ୍ୟ କୌଣସି ଭାରୀ ଯାନକୁ ଦିଲ୍ଲୀରେ ପ୍ରବେଶ କରିବାକୁ ଦିଆଯିବ ନାହିଁ।

ଟ୍ରାଫିକ ପୋଲିସ ସୂଚନାନୁସାରେ, ଦିଲ୍ଲୀ ଗେଟ୍‌, ବାହାଦୂର ଜାଫର ମାର୍ଗ, ବିକାଶ ମାର୍ଗ, ଜବାହରଲାଲ ନେହେରୁ ମାର୍ଗ, ଚମାନ ଲାଲ ମାର୍ଗ, ମହାରାଜା ରଣଜିତ ସିଂ ମାର୍ଗ, ଡିଡିୟୁ ମାର୍ଗ, ପ୍ରଗତି ମଇଦାନ, ମହାତ୍ମା ଗାନ୍ଧୀ ମାର୍ଗ, ଆସିଫ ଅଲି ରୋଡ, ହନୁମାନ ସେତୁ, ଆଇଏସବିଟି କଶ୍ମୀର ଗେଟ୍‌, ଆଇପି ସାଧାରଣ ଟ୍ରାଫିକ ଫ୍ଲାଏ ଓଭରରେ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri