ପାକିସ୍ତାନ ଟାର୍ଗେଟ୍‌ରେ ଭାରତର ଏହି ୧୫ ସହର, କେଉଁ ମୁହୂର୍ତ୍ତରେ ବି କରିପାରେ ଆକ୍ରମଣ

ନୂଆଦିଲ୍ଲୀ,୮ା୫: ଭାରତର ୧୫ଟି ସହରକୁ ପାକିସ୍ତାନ ଟାର୍ଗେଟ୍‌ କରିଛି। ଏନେଇ ଗୁରୁବାର ସ୍ପଷ୍ଟ କରିଛି ପ୍ରତିରକ୍ଷା ମନ୍ତ୍ରଣାଳୟ। ଉତ୍ତର ଓ ପଶ୍ଚିମ ପ୍ରାନ୍ତରରେ ଥିବା ସହରକୁ ଶତ୍ରୁଦେଶ ଟାର୍ଗେଟ କରିଛି।

ଏଥିମଧ୍ୟରେ ଅବନ୍ତିପୁର, ଶ୍ରୀନଗର, ଜମ୍ମୁ, ପଠାନକୋଟ, ଅମୃତସର, କପୁରତାଲା, ଜଳନ୍ଧର, ଲୁଧିଆନା, ଅଦମପୁର, ଭଟିଣ୍ଡା, ଚଣ୍ଡିଗଡ, ନଲ, ଫଲୋଦି, ଉତ୍ତରଲାଇ, ଭୁଜକୁ ପାକିସ୍ତାନ କଡ଼ା ଟାର୍ଗେଟ୍‌ କରିଛି। ଡ୍ରୋନ୍‌ ଓ ମିସାଇଲ ଜରିଆରେ ଉକ୍ତ ସହରକୁ ଟାର୍ଗେଟ୍‌ କରିଛି ପାକିସ୍ତାନ।

ତଥାପି, ଭାରତୀୟ ସେନା UAS ଗ୍ରୀଡ୍‌ ଏବଂ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମାଧ୍ୟମରେ ଏହି ଆକ୍ରମଣଗୁଡ଼ିକୁ ନିଷ୍କ୍ରିୟ କରିଥିଲା। ଏହି ଆକ୍ରମଣର ଭଗ୍ନାବଶେଷ ଏବେ ଅନେକ ସ୍ଥାନରୁ ଉଦ୍ଧାର କରାଯାଉଛି ଯାହା ପାକିସ୍ତାନୀ ଆକ୍ରମଣକୁ ନିଶ୍ଚିତ କରେ। ଆଜି ସକାଳେ ଭାରତୀୟ ସଶସ୍ତ୍ର ବାହିନୀ ପାକିସ୍ତାନର ବିଭିନ୍ନ ସ୍ଥାନରେ ଥିବା ବାୟୁ ପ୍ରତିରକ୍ଷା ରାଡାର ଏବଂ ସିଷ୍ଟମକୁ ଟାର୍ଗେଟ କରିଥିଲେ। ସୂତ୍ର ଅନୁସାରେ, ଭାରତୀୟ ସେନା ଲାହୋରରେ ଏକ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଧ୍ୱଂସ କରିଦେଇଛି।

ଭାରତ ଏହି ଆକ୍ରମଣର ଜବାବ ସମାନ ଢଙ୍ଗରେ, ସମାନ ତୀବ୍ରତାରେ ଏବଂ ସମାନ କ୍ଷେତ୍ରରେ ଦେଇଛି। ଆଜି ସକାଳେ, ଭାରତୀୟ ସଶସ୍ତ୍ର ବାହିନୀ ପାକିସ୍ତାନର ଅନେକ ବାୟୁ ପ୍ରତିରକ୍ଷା ରାଡାର ଏବଂ ସିଷ୍ଟମକୁ ଟାର୍ଗେଟ କରିଥିଲେ। ଲାହୋରର ଏକ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ କରାଯାଇଥିବା ରିପୋର୍ଟ ମିଳିଛି।

ଭାରତ ପୂର୍ବରୁ ସ୍ପଷ୍ଟ କରିସାରିଛି ଯେ, ଏହା ପାକିସ୍ତାନର କୌଣସି ସାମରିକ ମୁଖ୍ୟାଳୟକୁ ଟାର୍ଗେଟ କରିନାହିଁ ଏବଂ ଏବେ ମଧ୍ୟ ଭାରତର ଲକ୍ଷ୍ୟ ଯୁଦ୍ଧକୁ ବଢାଇବା ନୁହେଁ ବରଂ ଜବାବ ଦେବା।

ସୀମାରେ ମଧ୍ୟ ନିରନ୍ତର ଗୁଳିବର୍ଷା ଚାଲିଛି। କୁପଓ୍ବାଡା, ବାରମୂଳା, ପୁଞ୍ଚ, ମେନ୍ଧାର, ରାଜୌରୀ ଭଳି ଅଞ୍ଚଳରେ ପାକିସ୍ତାନ ମୋର୍ଟାର ଏବଂ ଭାରୀ ତୋପ ମାଡ଼ କରିଛି। ଏହି ଘୃଣ୍ୟ ଗୁଳିଚାଳନା ଯୋଗୁ ତିନି ଜଣ ମହିଳା ଏବଂ ପାଞ୍ଚ ଜଣ ଶିଶୁ ସମେତ ୧୬ ଜଣ ନିରୀହ ଭାରତୀୟ ନାଗରିକଙ୍କ ଜୀବନ ଯାଇଛି।

ଭାରତର ସ୍ପଷ୍ଟ କରି କହିଛି ଯେ, ‘ଆମେ ଉତ୍ତେଜନା ବୃଦ୍ଧି ଚାହୁଁନାହୁଁ, କିନ୍ତୁ ଆମେ କିପରି ଜବାବ ଦେବାକୁ ହେବ ତାହା ଜାଣ’। କିନ୍ତୁ ଯଦି ଏହାର ସାମରିକ ଘାଟି କିମ୍ବା ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ହୁଏ, ତେବେ ଭାରତ ଜବାବ ଦେବାକୁ ପଛାଇବ ନାହିଁ। ଏହି କାରଣରୁ ନିୟନ୍ତ୍ରଣ ରେଖାରେ ପାକିସ୍ତାନର ଗୁଳିଗୋଳାର କଡ଼ା ଜବାବ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri