Posted inଖେଳ

୨୦୨୪ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କଲା ଏହି ୧୫ ଦଳ

ନୂଆଦିଲ୍ଲୀ,୨୮।୭: ୨୦୨୪ ଆଇସିସି ଟି -୨୦ ବିଶ୍ୱକପ ଆସନ୍ତା ବର୍ଷ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଖେଳାଯିବ। ଏହା ଟି -୨୦ ବିଶ୍ୱକପର ୯ମ ସଂସ୍କରଣ ହେବ। ୨୦୨୪ ଟି -୨୦ ବିଶ୍ୱକପରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରିବେ। ତେବେ ଏହି ଟୁର୍ନାମେଣ୍ଟ ପାଇଁ ମୋଟ ୧୫ଟି ଦଳ ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ବର୍ତ୍ତମାନ କେବଳ ପାଞ୍ଚଟି ସ୍ପଟ୍‌ ବାକି ଅଛି।

୨୦୨୪ ଟି -୨୦ ବିଶ୍ୱକପ ପାଇଁ ଏlବେ ପର୍ଯ୍ୟନ୍ତ ୨୦୨୨ଟି -୨୦ ବିଶ୍ୱକପର ଶ୍ରେଷ୍ଠ ୮ ଟିମ ଏବଂ ଆଇସିସି ଟି -୨୦ ଶ୍ରେଷ୍ଠ ୧୦ ଟିମର ଅବଶିଷ୍ଟ ଦୁଇଟି ଦଳ ଆୟୋଜକ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ସିଧାସଳଖ ପ୍ରବେଶ କରିଛନ୍ତି। ଏହା ବ୍ୟତୀତ ତିନିଟି ଦଳ ଯୋଗ୍ୟତା ପର୍ଯ୍ୟାୟ ଖେଳି ଯୋଗ୍ୟତା ହାସଲ କରିଛନ୍ତି।

ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ୨୦୨୪ ଟି -୨୦ ବିଶ୍ୱକପ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ବର୍ତ୍ତମାନ ଅବଶିଷ୍ଟ ପାଞ୍ଚଟି ସ୍ପଟର ନିଷ୍ପତ୍ତି ଆମେରିକା କ୍ୱାଲିଫାୟର୍‌, ଏସିଆ କ୍ୱାଲିଫାୟର୍‌ ଏବଂ ଆଫ୍ରିକା କ୍ୱାଲିଫାୟରରୁ ସ୍ଥିର କରାଯିବ। ଆମେରିକାର ଗୋଟିଏ ଦଳ ଏବଂ ଏସିଆ ଏବଂ ଆଫ୍ରିକାର ଦୁଇଟି ଦଳ ୨୦୨୪ ଟି -୨୦ ବିଶ୍ୱକପ ପାଇଁ ଟିକେଟ ପାଇବେ। ୨୦୨୩ ଡିସେମ୍ବର ୧ ସୁଦ୍ଧା ୨୦୨୪ ଟି -୨୦ ବିଶ୍ୱକପରେ ଅଂଶଗ୍ରହଣ କରୁଥିବା ସମସ୍ତ ୧୦ଟି ଦଳର ନାମ ସ୍ପଷ୍ଟ ହୋଇଯିବ।

ଆୟୋଜକ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ବ୍ୟତିତ ଭାରତ, ଇଂଲଣ୍ଡ, ବାଂଲାଦେଶ, ଆଫଗାନିସ୍ତାନ, ପାକିସ୍ଥାନ, ଅଷ୍ଟ୍ରେଲିଆ, ନ୍ୟୁଜିଲ୍ୟାଣ୍ଡ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା, ନେଦରଲ୍ୟାଣ୍ଡ, ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ ଏବଂ ପାପୁଆ ନ୍ୟୁ ଗିନି ୨୦୨୪ଟି -୨୦ ବିଶ୍ୱକପରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?