ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ‘ଦାନା’ରେ ରାଜ୍ୟର ମୁଖ୍ୟତଃ ୩ଟି ଜିଲା ବେଶି ପ୍ରଭାବିତ ହୋଇଛନ୍ତି। ସେହି ଜିଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଉକ୍ତ ଜିଲାଗୁଡ଼ିକରେ ବିଭିନ୍ନ ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିଲା। ତେବେ ଅବରୋଧ ହଟାଇବା ପାଇଁ ଗଛକଟା କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ସରିଆସିଲାଣି। ବିଦ୍ୟୁତ୍‌ ସଂଯୋଗ ମଧ୍ୟ ସ୍ବାଭାବିକ ହେଉଛି। କାଲି ସୁଦ୍ଧା ସରିଯିବ। କେନ୍ଦ୍ରାପଡ଼ାରେ ୯୫% କାମ ସରିଲାଣି, ଆଜି ରାତିରେ ହିଁ କାର୍ଯ୍ୟ ଶେଷ ହୋଇଯିବ।

ଭଦ୍ରକରେ ରାସ୍ତା ଅବରୋଧ ହଟିଛି, ବର୍ଷା ପାଇଁ ବିଦ୍ୟୁତ ମରାମତି ବିଳମ୍ବିତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଭଦ୍ରକରେ ୭୭% ବିଦ୍ୟୁତ ମରାମତି କାମ ସରିଛି। କାଲି ସୁଦ୍ଧା ଭଦ୍ରକରେ ବିଦ୍ୟୁତ ମରାମତି କାମ ଶେଷ ହୋଇଯିବ।

ସେହିପରି ବାଲେଶ୍ୱରରେ ରାସ୍ତା ଅବରୋଧ ହଟିଛି, ୮୧% ବିଦ୍ୟୁତ ମରାମତି ହୋଇଛି। ଶିମିଳିପାଳରେ ଅଧିକ ବର୍ଷା ପାଇଁ ବୁଢ଼ାବଳଙ୍ଗ ନଦୀ ବୃଦ୍ଧି ପାଇଛି। ବାଲେଶ୍ୱରର ୬ଟି ଗ୍ରାମ ପଞ୍ଚାୟତର ୨୦ ଗ୍ରାମ ପ୍ରଭାବିତ ହୋଇଛି।

ବାତ୍ୟା ଆଶ୍ରୟସ୍ଥଳକୁ ୮ ଲକ୍ଷ ୯ ହଜାର ୫୧୩ ଜଣ ଆସିଥିଲେ। ଏଥିପାଇଁ ଜିରୋ କାଜୁଆଲିଟି ସମ୍ଭବ ହେଲା। ଏବେ ଆଶ୍ରୟସ୍ଥଳୀରେ ୧ ଲକ୍ଷ ୧୦ ହଜାର ୪୭୦ ଜଣ ଅଛନ୍ତି। ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜିଲାକୁ ଅଧିକ ପାଓ୍ବାର ବୋଟ୍‌ ଯାଇଛି। ମୟୂରଭଞ୍ଜକୁ ୧୧ ଓ ବାଲେଶ୍ୱରକୁ ଅତିରିକ୍ତ ୧୦ଟି ପାଓ୍ବାର ବୋଟ୍‌ ଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri