ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ‘ଦାନା’ରେ ରାଜ୍ୟର ମୁଖ୍ୟତଃ ୩ଟି ଜିଲା ବେଶି ପ୍ରଭାବିତ ହୋଇଛନ୍ତି। ସେହି ଜିଲାଗୁଡ଼ିକ ହେଲା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଉକ୍ତ ଜିଲାଗୁଡ଼ିକରେ ବିଭିନ୍ନ ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିଲା। ତେବେ ଅବରୋଧ ହଟାଇବା ପାଇଁ ଗଛକଟା କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ସରିଆସିଲାଣି। ବିଦ୍ୟୁତ୍‌ ସଂଯୋଗ ମଧ୍ୟ ସ୍ବାଭାବିକ ହେଉଛି। କାଲି ସୁଦ୍ଧା ସରିଯିବ। କେନ୍ଦ୍ରାପଡ଼ାରେ ୯୫% କାମ ସରିଲାଣି, ଆଜି ରାତିରେ ହିଁ କାର୍ଯ୍ୟ ଶେଷ ହୋଇଯିବ।

ଭଦ୍ରକରେ ରାସ୍ତା ଅବରୋଧ ହଟିଛି, ବର୍ଷା ପାଇଁ ବିଦ୍ୟୁତ ମରାମତି ବିଳମ୍ବିତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଭଦ୍ରକରେ ୭୭% ବିଦ୍ୟୁତ ମରାମତି କାମ ସରିଛି। କାଲି ସୁଦ୍ଧା ଭଦ୍ରକରେ ବିଦ୍ୟୁତ ମରାମତି କାମ ଶେଷ ହୋଇଯିବ।

ସେହିପରି ବାଲେଶ୍ୱରରେ ରାସ୍ତା ଅବରୋଧ ହଟିଛି, ୮୧% ବିଦ୍ୟୁତ ମରାମତି ହୋଇଛି। ଶିମିଳିପାଳରେ ଅଧିକ ବର୍ଷା ପାଇଁ ବୁଢ଼ାବଳଙ୍ଗ ନଦୀ ବୃଦ୍ଧି ପାଇଛି। ବାଲେଶ୍ୱରର ୬ଟି ଗ୍ରାମ ପଞ୍ଚାୟତର ୨୦ ଗ୍ରାମ ପ୍ରଭାବିତ ହୋଇଛି।

ବାତ୍ୟା ଆଶ୍ରୟସ୍ଥଳକୁ ୮ ଲକ୍ଷ ୯ ହଜାର ୫୧୩ ଜଣ ଆସିଥିଲେ। ଏଥିପାଇଁ ଜିରୋ କାଜୁଆଲିଟି ସମ୍ଭବ ହେଲା। ଏବେ ଆଶ୍ରୟସ୍ଥଳୀରେ ୧ ଲକ୍ଷ ୧୦ ହଜାର ୪୭୦ ଜଣ ଅଛନ୍ତି। ପରିସ୍ଥିତି ମୁକାବିଲା ପାଇଁ ଦୁଇ ଜିଲାକୁ ଅଧିକ ପାଓ୍ବାର ବୋଟ୍‌ ଯାଇଛି। ମୟୂରଭଞ୍ଜକୁ ୧୧ ଓ ବାଲେଶ୍ୱରକୁ ଅତିରିକ୍ତ ୧୦ଟି ପାଓ୍ବାର ବୋଟ୍‌ ଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri