ଏହି ୩ ଜିଲା ରହିବ ଉତ୍ତପ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାରେ ଆଉଟୁପାଉଟୁ ହେଉଛି। ୨ ଦିନ ହେଲା ରାଜ୍ୟର ଅଧିକାଂଶ ସହରରେ ତାପମାତ୍ର ୪୦ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ତାତି ଅନୁଭୂତି ହେଉଥିବା ବେଳେ ଅପରାହ୍ନରେ ବାହାରକୁ ବାହାରିବା କଷ୍ଟ ହୋଇପଡ଼ିଛି। ଆସନ୍ତା ୨୪ଘଣ୍ଟା ନୟାଗଡ଼, ଖୋର୍ଦ୍ଧା ଓ କଟକ ଆଦି ୩ ଜିଲାରେ ଗ୍ରୀଷ୍ଣ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଏ ସମସ୍ତ ଜିଲାକୁ ଗ୍ରୀଷ୍ଣ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସାଧାରଣ ଜନତାଙ୍କ ପାଇଁ କେତେକ ପରାମର୍ଶ ଦିଆଯାଇଛି। ସାଧାରଣ ଜନତାଙ୍କ ପାଇଁ ଉତ୍ତାପ ସହନଶୀଳ କିନ୍ତୁ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଏହା ଅସହ୍ୟ ହୋଇପାରେ। ତେଣୁ ସେମାନେ ଏହି ସମୟରେ ଘରୁ ନ ବାହାରିବା ଲାଗି ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ରବିବାର ୧୭ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିବା ବେଳେ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱରରେ ୪୩.୨ଡିଗ୍ରୀ ତାପମାତ୍ରା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?