ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା ବରିଷ୍ଠ ଆଇଏଏସ୍‌ ଅଧିକାରୀ ଜି. ମାଥିଭାଥନନ୍‌ ଜାନୁଆରୀ ୩୧ରେ ଅବସର ଗ୍ରହଣ କରିବା ପରେ ନୂତନ ଏସିଏସ୍‌ ନିଯୁକ୍ତି ଲାଗି ବାଟ ଖୋଲିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମାଥିଭାଥନନ୍‌ଙ୍କ ଅବସର ପରେ ରାଜ୍ୟ ସରକାରଙ୍କ ପାଖରେ ଗୋଟିଏ ଏସିଏସ୍‌ ପଦ ରହିବ। ଏହି ପରିପ୍ରେକ୍ଷୀରେ ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦେବା ପାଇଁ ଭାରତ ସରକାରଙ୍କ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ୨ଟି ଅସ୍ଥାୟୀ ଏସିଏସ୍‌ ପାହ୍ୟା ଅନୁମତି ରାଜ୍ୟକୁ ମିଳିଛି। ଫଳରେ ଓଡ଼ିଶାର ୩ ଆଇଏଏସ୍‌ଙ୍କୁ ଏସିଏସ୍‌ ପାହ୍ୟା ପ୍ରଦାନ କରାଯାଇପାରିବ। ଏହି କ୍ରମରେ ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତାଲିକାର ସର୍ବାଗ୍ରେ ରହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର। ଶାଶ୍ୱତଙ୍କ ପରେ ରହିଛନ୍ତି ସେହି ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ନଗର ଉନ୍ନୟନ, ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ। ଉଷାଙ୍କ ପରେ ବରିଷ୍ଠ ଆଇଏଏସ୍‌ ତାଲିକାରେ ବୀର ବିକ୍ରମ ଯାଦବ ଓ ପରେ ଶକ୍ତି ଏବଂ ବୈଦ୍ୟୁତିକ, ସୂଚନା ପ୍ରଯୁକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ ରହିଛନ୍ତି। ବୀର ବିକ୍ରମ ଯାଦବ କେନ୍ଦ୍ରୀୟ ଡେପୁଟେଶନରେ ରହିଥିବାରୁ ଏସିଏସ୍‌ ତାଲିକାରେ ଶାଶ୍ୱତ, ଉଷାଙ୍କ ପରେ ବିଶାଲଙ୍କୁ ଏହି ପାହ୍ୟାକୁ ପଦୋନ୍ନତି ମିଳିବ ବୋଲି ଜଣାଯାଇଛି। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଡିସେମ୍ବର ୩୧ରେ ୧୯୯୬ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ତଥା କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୫ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ସୁଶୀଲ କୁମାର ଲୋହାନୀଙ୍କୁ ଏସିଏସ୍‌ ପାହ୍ୟା ମିଳିଛି। ଏହି ପରିପ୍ରେକ୍ଷୀରେ ଚଳିତବର୍ଷ ଜୁଲାଇରେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ମଧ୍ୟ ଅବସର ଗ୍ରହଣ କରିବାକୁ ରହିଛି। ତେବେ ମାଥିଭାଥନନ୍‌ଙ୍କ ଅବସର ପରେ ଉକ୍ତ ପଦ ଖାଲିପଡ଼ିବ। ଏହାସହିତ ପୂର୍ବରୁ କୃଷି ଉତ୍ପାଦନ କମିଶନର(ଏପିସି) ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲିପଡ଼ିଛି। ବହୁ ଆଇଏଏସ୍‌ଙ୍କ ହାତରେ ଏକାଧିକ ବିଭାଗ ଏବଂ ଦାୟିତ୍ୱ ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଡିସେମ୍ବର ୩୦ରେ ୨୦୧୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ସୁଧାଂଶୁ ମୋହନ ସାମଲ, ରଶ୍ମିତା ପଣ୍ଡା, ଡ. ବୃନ୍ଦା ଡି., ସାଦିକ୍‌ ଆଲାମ, ମାନସୀ ନିମ୍ଭାଲ ଏବଂ ପ୍ରେମ୍‌ଚନ୍ଦ୍ର ଚୌଧାରୀଙ୍କୁ ସୁପରଟାଇମ୍‌ ସ୍କେଲ୍‌ ଅର୍ଥାତ୍‌ କମିଶନର ପାହ୍ୟାକୁ ପଦୋନ୍ନତି ମିଳିଛି। ଏସବୁକୁ ଦୃଷ୍ଟିରେ ରଖି ଆଇଏଏସ୍‌ସ୍ତରରେ ଖୁବ୍‌ଶୀଘ୍ର ବଡ଼ଧରଣର ଅଦଳବଦଳ ହେବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?