Posted inଖେଳ

ବିଶ୍ୱକପ୍‌ରେ ଭାରତ ପାଇଁ ଏହି ୩ ଖେଳାଳି ହୋଇପାରନ୍ତି ଗେମ୍‌ଚେଞ୍ଜର

ନୂଆଦିଲ୍ଲୀ,୨।୧୦:ଟିମ ଇଣ୍ଡିଆ ବିଶ୍ୱକପ ୨୦୨୩ ପାଇଁ ପ୍ରାୟ ପ୍ରସ୍ତୁତି ଶେଷ କରିସାରିଛି। ନିକଟରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ସିରିଜରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଏହା ପୂର୍ବରୁ ଏସୀୟ କପ ଟାଇଟଲ ଜିତିଥିଲା। ଏସିଆ କପ୍‌ରେ ଭାରତ ପାଇଁ ମହମ୍ମଦ ସିରାଜ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ ବିଶ୍ୱକପରେ ଟିମ ଇଣ୍ଡିଆ ପାଇଁ ଗେମ୍‌ଚେଞ୍ଜର ଭାବେ ନିଜକୁ ପ୍ରମାଣ କରିପାରିବେ। ସିରାଜଙ୍କ ସହ ରବିଚନ୍ଦ୍ରନ ଅଶ୍ୱିନ ଏବଂ କୁଲଦୀପ ଯାଦବ ମଧ୍ୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବେ।

ମହମ୍ମଦ ସିରାଜ –

ସିରାଜ ବର୍ତ୍ତମାନ ପର୍ଯ୍ୟନ୍ତ ଟିମ ଇଣ୍ଡିଆ ପାଇଁ ୩୦ଟି ଦିନିକିଆ ମ୍ୟାଚ ଖେଳିଛନ୍ତି। ଏହି ସମୟ ମଧ୍ୟରେ ସେ ୫୪ ଉଇକେଟ ନେଇଛନ୍ତି। ଏସିଆ କପ ଏବଂ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ସିରାଜ ଭଲ ବୋଲିଂ କରିଥିଲେ। ସେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ ମାତ୍ର ୨୧ ରନ ଦେଇ ୬ ଉଇକେଟ ନେଇଥିଲେ। ଏବେ ସେ ପୁଣି ଥରେ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିବାର ସମ୍ଭାବନା ରହିଛି। ସିରାଜ ଟିମ ଇଣ୍ଡିଆ ପାଇଁ ଗେମ୍‌ଚେଞ୍ଜର ପ୍ରମାଣିତ କରିପାରନ୍ତି।

କୁଲଦୀପ ଯାଦବ –

ଟିମ ଇଣ୍ଡିଆର ସ୍ପିନର କୁଲଦୀପ ଅନେକ ଥର ଚମତ୍କାର ବୋଲିଂ କରିଛନ୍ତି ଏବଂ ବହୁତ ଅଭିଜ୍ଞ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କୁଲଦୀପ ବଡ଼ ମ୍ୟାଚ୍‌ରେ ମଧ୍ୟ ଭଲ ପ୍ରଦର୍ଶନ କରିଛନ୍ତି। ସେ ୯୦ଟି ଦିନିକିଆ ମ୍ୟାଚରେ ୧୫୨ ଉଇକେଟ ନେଇଛନ୍ତି। ବିଶ୍ୱକପରେ ଭାରତ ପାଇଁ କୁଲଦୀପ ବିପଜ୍ଜନକ ବୋଲର ବୋଲି ମନେ କରାଯାଏ।

ରବିଚନ୍ଦ୍ରନ ଅଶ୍ୱିନ –

ଅଶ୍ୱିନଙ୍କୁ ବିଶ୍ୱକପ ୨୦୨୩ ପାଇଁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। ସେ ଦିନିକିଆ ମ୍ୟାଚ୍ରେ ୧୫୫ ଉଇକେଟ ନେଇଛନ୍ତି। ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରେ ଅନେକ ଥର ଚମତ୍କାର କରିଛନ୍ତି। ଅଷ୍ଟ୍ରେଲିଆ, ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ସମେତ ସମସ୍ତ ଦଳ ଅଶ୍ୱିନଙ୍କ ବଲ ଖେଳିବା ସହଜ ହେବ ନାହିଁ। ଟେଷ୍ଟ ମ୍ୟାଚରେ ଅଶ୍ୱିନ ୪୮୯ ଉଇକେଟ ନେଇଛନ୍ତି। ଘରୋଇ ପଡିଆରେ ମ୍ୟାଚ୍‌ ହେଉଥିବାରୁ ଏଥିରୁ ସେ ମଧ୍ୟ ଲାଭ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?