Posted inଖେଳ

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଏହି ଚୟନ ପ୍ରକ୍ରିୟା ଭୋଟିଂ ମାଧ୍ୟମରେ କରାଯାଉଛି। କାରଣ ଆଇସିସି ପ୍ରଶଂସକମାନଙ୍କ ପାଇଁ ଭୋଟ ଦେବାର ସୁଯୋଗ ଖୋଲିଦେଇଛି। ଓଲି ରବିନସନ, ସୋନାଲ ଦିନୁଶା ଏବଂ ହାସନ ମହମୁଦଙ୍କୁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଏହି ତିନି ପ୍ରତିଯୋଗୀଙ୍କ ମଧ୍ୟରେ ଜଣେ ଏପରି କ୍ରିକେଟର ଅଛନ୍ତି ଯିଏ ଭାରତୀୟ ବୋଲରଙ୍କ ପାଇଁ ବହୁତ ଅସୁବିଧା ସୃଷ୍ଟି କରିଥିଲେ।

ଇଂଲଣ୍ଡର ଓଲି ରବିନସନ ପାକିସ୍ତାନ ବିପକ୍ଷରେ ଦମଦାର ପ୍ରଦର୍ଶନ କରିଥିବାବେଳେ, ଶ୍ରୀଲଙ୍କାର ସୋନାଲ ଦିନୁଶା ଏବଂ ହାସନ ମହମୁଦ ଯଥାକ୍ରମେ ଭାରତ ଓ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିଲେ। ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ବର୍ତ୍ତମାନ ମଧ୍ୟ ଚାଲିଛି। ଏପର୍ଯ୍ୟନ୍ତ ରବିନସନ ଏହି ସିରିଜରେ ୨୧ଟି ଉଇକେଟ ହାସଲ କରିସାରିଛନ୍ତି।

ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିଲା ଏବଂ ଭାରତ ଏହି ସିରିଜକୁ ୧-୦ରେ ଜିତି ନେଇଥିଲା। ୨୫ ବର୍ଷୀୟ ସୋନାଲ ଦିନୁଶା ସିରିଜର ସର୍ବାଧିକ ରନ ସଂଗ୍ରହକାରୀ ଭାବେ ଉଭା ହୋଇଥିଲେ। ସେ ଚାରୋଟି ଇନିଂସରେ ୧୪୦ ହାରାହାରି ସହ ମୋଟ ୪୨୦ ରନ ସଂଗ୍ରହ କରିଥିଲେ। ଭାରତ ବିପକ୍ଷ ସିରିଜରେ ସେ ନିଜର ଚାରୋଟି ଇନିଂସରେ ତିନୋଟି ଶତକ ଏବଂ ଗୋଟିଏ ଅର୍ଦ୍ଧଶତକ ହାସଲ କରିଥିଲେ; ତାଙ୍କର ସ୍କୋର ଥିଲା ଯଥାକ୍ରମେ ୧୦୦, ୮୪, ୧୦୩ ଏବଂ ୧୩୩।

ବିଶେଷକରି କଲମ୍ବୋ ଟେଷ୍ଟର ଶେଷ ଦିନରେ ସୋନାଲ ଦିନୁଶା ଯେଉଁ ଦୃଢ଼ ମନୋଭାବ ପ୍ରଦର୍ଶନ କରିଥିଲେ, ତାହା ପ୍ରଶଂସନୀୟ ଥିଲା। ଶେଷ ଦିନରେ, ଶ୍ରୀଲଙ୍କା ଏକ ଇନିଂସ ପରାଜୟରୁ ମାତ୍ର ଚାରୋଟି ଉଇକେଟ ଦୂରରେ ଥିଲା। ସିରିଜକୁ ୨-୦ରେ ଜିତିବା ପାଇଁ ଭାରତୀୟ ବୋଲରଙ୍କୁ ସେହି ଚାରୋଟି ଉଇକେଟ ଆବଶ୍ୟକ ଥିଲା। ଦିନୁଶାଙ୍କ ଦୃଢ଼ ଇଚ୍ଛାଶକ୍ତି ଓ ୧୩୩ ରନ୍‌ର ଅପରାଜିତ ଇନିଂସ ଯୋଗୁ ଶ୍ରୀଲଙ୍କା ମ୍ୟାଚକୁ ଡ୍ର’ କରିବାରେ ସଫଳ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?