ୟାସ୍‌ ପ୍ରଭାବରେ ଏହି ୪ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟାରେ ଏହା ଡିପ୍ରେଶନ ବା ଅବପାତରେ ପରିଣତ ହେବା ପରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। କ୍ରମେ ଆହୁରି ଘନୀଭୂତ ହୋଇ ସୋମବାର ବାତ୍ୟାରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଆଇଏମ୍‌ଡି ସୂଚନା ଅନୁଯାୟୀ, ଏହା ଅବପାତରେ ପରିଣତ ହେବା ପରେ କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ସଠିକ ଆକଳନ କରାଯାଇପାରିବ। ତେବେ ବର୍ତ୍ତମାନ ସୁଦ୍ଧା ଆକଳନ ଅନୁଯାୟୀ, ‘ୟାସ୍‌’ ଉତ୍ତର ଓ ବାଂଲାଦେଶ ମଧ୍ୟସ୍ଥ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁବ। ଏହି ସମୟରେ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ବେଗରେ ପବନ ବହିବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୧୮୫ କିଲୋମିଟର ମଧ୍ୟ ହୋଇପାରେ।
ଏହି ବାତ୍ୟାରେ ୪ ଜିଲା ଅତ୍ୟଧିକ ପ୍ରଭାବିତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୱେଲ ମାର୍କଡ ଲୋପ୍ରେସର ଅବପାତର ରୂପ ନେବା ପରେ ଟ୍ରାକ୍‌ ରେକର୍ଡ ସ୍ପଷ୍ଟ ହେବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଇଛି, ୨୬ ତାରିଖ ସୁଦ୍ଧା ଏହା ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ପାଖାପାଖି ପହଞ୍ଚିବ। ତେଣୁ ମୁଖ୍ୟତଃ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡିକ ଏହା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ କକହିଛନ୍ତି, ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୨୫ରୁ ୫୦ ପ୍ରତିଶତ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସର୍ବାଧିକ ପ୍ରଭାବିତ ହେବେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା। ଏସବୁ ଜିଲାରେ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ହେବା ନେଇ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri