ୟାସ୍‌ ପ୍ରଭାବରେ ଏହି ୪ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟାରେ ଏହା ଡିପ୍ରେଶନ ବା ଅବପାତରେ ପରିଣତ ହେବା ପରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। କ୍ରମେ ଆହୁରି ଘନୀଭୂତ ହୋଇ ସୋମବାର ବାତ୍ୟାରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଆଇଏମ୍‌ଡି ସୂଚନା ଅନୁଯାୟୀ, ଏହା ଅବପାତରେ ପରିଣତ ହେବା ପରେ କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ସଠିକ ଆକଳନ କରାଯାଇପାରିବ। ତେବେ ବର୍ତ୍ତମାନ ସୁଦ୍ଧା ଆକଳନ ଅନୁଯାୟୀ, ‘ୟାସ୍‌’ ଉତ୍ତର ଓ ବାଂଲାଦେଶ ମଧ୍ୟସ୍ଥ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁବ। ଏହି ସମୟରେ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ବେଗରେ ପବନ ବହିବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୧୮୫ କିଲୋମିଟର ମଧ୍ୟ ହୋଇପାରେ।
ଏହି ବାତ୍ୟାରେ ୪ ଜିଲା ଅତ୍ୟଧିକ ପ୍ରଭାବିତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୱେଲ ମାର୍କଡ ଲୋପ୍ରେସର ଅବପାତର ରୂପ ନେବା ପରେ ଟ୍ରାକ୍‌ ରେକର୍ଡ ସ୍ପଷ୍ଟ ହେବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଇଛି, ୨୬ ତାରିଖ ସୁଦ୍ଧା ଏହା ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ପାଖାପାଖି ପହଞ୍ଚିବ। ତେଣୁ ମୁଖ୍ୟତଃ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡିକ ଏହା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାଶ କକହିଛନ୍ତି, ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୨୫ରୁ ୫୦ ପ୍ରତିଶତ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସର୍ବାଧିକ ପ୍ରଭାବିତ ହେବେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା। ଏସବୁ ଜିଲାରେ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ହେବା ନେଇ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri