Posted inଜାତୀୟ

ଏହି ୫ ଭାଜପା ନେତା ର୍ନିଦ୍ୱନ୍ଦରେ ଜିତିବେ ନିର୍ବାଚନ, ପ୍ରାର୍ଥୀ ଛିଡ଼ା କରିବାକୁ ବିରୋଧୀ କରିପାରିଲାନି ସାହାସ

ନୂଆଦିଲ୍ଲୀ,୨୮।୩: ଦେଶରେ ଆରମ୍ଭ ହୋଇଛି ନିର୍ବାଚନର ବଡ଼ ପର୍ବ। ବିରୋଧୀଙ୍କୁ ଚିତାପଟ କରିବା ପାଇଁ ରାଜନୈତିକ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭୋଟରଙ୍କୁ ନିଜ ଆଡ଼କୁ ଟାଣିବା ପାଇଁ ପ୍ରାର୍ଥୀମାନେ ଅଣ୍ଟା ଭିଡ଼ି ସାରିଛନ୍ତି। କିନ୍ତୁ ଦେଶରେ ଏପରି ୫ପ୍ରାର୍ଥୀ ଅଛନ୍ତି ଯେଉଁମାନଙ୍କ ବିରୋଧରେ ପ୍ରତିଦ୍ୱନ୍ଦି ଛିଡା କରିବା ପାଇଁ ବିରୋଧୀ ଡ଼ରିଥାନ୍ତି। ଆଉ ଏହି ୫ନେତା ର୍ନିଦ୍ୱନ୍ଦରେ ନିର୍ବାଚନ ଜିତିଥା’ନ୍ତି।

ଏହି ୫ ହେଭିଓ୍ବେଟ ନେତା ହେଉଛନ୍ତି ଭାଜପାର। ଯାହା ବିରୋଧରେ ବିରୋଧୀ ପ୍ରାର୍ଥୀ ଘୋଷଣା କରି ନାହାନ୍ତି। ଚଳିତ ବର୍ଷ ଅରୁଣାଚଳ ପ୍ରଦେଶରେ ଲୋକ ସଭା ନିର୍ବାଚନ ସହ ବିଧାନ ସଭା ନିର୍ବାଚନ ହେବାକୁ ଯାଉଛି। ଏପ୍ରିଲ ୧୯ରେ ଭୋଟରମାନେ ଏମପି ଓ ବିଧାୟକଙ୍କୁ ଚୟନ କରିବେ। କିନ୍ତୁ ରାଜ୍ୟରେ ୫ସିଟ୍‌ରେ ଭୋଟିଂ ପୂର୍ବରୁ ଏହି ୫ନେତା ର୍ନିଦ୍ୱନ୍ଦରେ ନିର୍ବାଚନ ଜିତିବେ।

ବୁଧବାର ନାମଙ୍କାନ ଦାଖଲ କରିବାର ଶେଷ ଦିନ ଥିଲା। କିନ୍ତୁ ଏହି ୫ ବିଧାନ ସଭା ପ୍ରାର୍ଥୀଙ୍କ ବିରୋଧରେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାଁନ୍ତି। ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଏବଂ ଅନ୍ୟ ଚାରିଜଣ ଭାଜପା ପ୍ରାର୍ଥୀ ବିଧାୟକ ଭାବରେ ନିର୍ବାଚିତ ହେବା ନିଶ୍ଚିତ।
କହିରଖୁଛୁ କି, ୬୦ ସଦସ୍ୟ ବିଧାନସଭା ଏବଂ ଦୁଇଟି ଲୋକସଭା ନିର୍ବାଚନମଣ୍ଡଳୀ (ଅରୁଣାଚଳ ପଶ୍ଚିମ ଏବଂ ଅରୁଣାଚଳ ପୂର୍ବ) ପାଇଁ ଏପ୍ରିଲ ୧୯ରେ ମତଦାନ ହେବ। ରାଜ୍ୟରେ ୨ଟି ଲୋକ ସଭା ଆସନରେ ୧୫ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରିବେ।

ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଜୁନ ୨ ରେ ହେବାକୁ ଥିବାବେଳେ ଲୋକ ସଭା ନିର୍ବାଚନର ଫଳାଫଳ ଜୁନ ୪ ରେ ଘୋଷଣା କରାଯିବ। ପେମା ଖାଣ୍ଡୁ ନ୍ୟୁଜ ଏଜେନ୍ସି ପିଟିଆଇକୁ କହିଛନ୍ତି, ପାଞ୍ଚଟି ବିଧାନ ସଭା ନିର୍ବାଚନମଣ୍ଡଳୀ ପାଇଁ ଏକକ ନାମାଙ୍କନପତ୍ର ଦାଖଲ କରାଯାଇଛି। ଆମେ ଆଶା କରୁଛୁ ଯେ, ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଆଉ କିଛି (ସିଟ) ଯୋଗ କରାଯିବ।

ପେମା ଖାଣ୍ଡୁଙ୍କ ବ୍ୟତୀତ ଚାରିଜଣ ପ୍ରାର୍ଥୀ ଯିଏ ଜିତିବେ ସେମାନେ ହେଉଛନ୍ତି ୧୫ ସାଗଲି ବିଧାନସଭା ନିର୍ବାଚନମଣ୍ଡଳୀରୁ ରାଟୁ ଟେଚି, ୨୦ ତାଲି ବିଧାନ ସଭା ନିର୍ବାଚନମଣ୍ଡଳୀରୁ ଜିକ୍କେ ଟାକୋ, ୨୩ ତାଲିହା ବିଧାନ ସଭା ନିର୍ବାଚନମଣ୍ଡଳୀରୁ ନୟାଟୋ ଡୁକୁମ ଏବଂ ରୋଙ୍ଗ ବିଧାନ ସଭା ନିର୍ବାଚନମଣ୍ଡଳୀରୁ ମୁଚୁ ମିଥୀ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri