ଏହି ୫ ଜିଲାକୁ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲ୍‌ମାର୍କଡ ଲୋ-ପ୍ରେସରର ରୂପ ନେବା ପରେ ବାଂଲାଦେଶ ଉପକୂଳମୁହାଁ
ହେବ। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ଦୁଇଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ରହିଛି। କିନ୍ତୁ ୨୩ରୁ ଉତ୍ତର ଓଡ଼ିଶାରେ ୭୦ରୁ ୧୧୦ ମି.ମି. ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ସୂଚନା ଦିଆଯାଇଛି।

ତେବେ ୨୩ ତାରିଖରୁ ବିଶେଷକରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସେହିଭଳି ଆସନ୍ତା ୫ଦିନ ପର୍ଯ୍ୟନ୍ତ ବଜ୍ରପାତ ଜାରି ରହିବ। ବିଶେଷକରି ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ବର୍ଷା ଯୋଗୁ ଅଚାନକ ପାଣି ମାଡ଼ି ଆସିପାରେ ଏବଂ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ କୁହାଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଉପକୂଳକୁ ଯିବା ପାଇଁ ବାରଣ କରାଯାଇଛି। କାରଣ ଏହି ଦୁଇଦିନ ଘଣ୍ଟା ପ୍ରତି ପବନ ୩୫ରୁ ୪୫ କି.ମି. ବେଗରେ ବୋହିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ରବିବାର ଭଦ୍ରକ ଓ ଯାଜପୁରରେ ସର୍ବାଧିକ ୩୦ ମି.ମି.ବର୍ଷା ହୋଇଥିବାବେଳେ ସୁନ୍ଦରଗଡ଼ରେ ୨୦.୬, ଝାରସୁଗୁଡ଼ା ୨୦.୨, ତାଳଚେର ୧୮, କେନ୍ଦୁଝର ୧୦.୩, ଜଗତ୍‌ସିଂହପୁର ୧୦.୨ ଓ ବାଲେଶ୍ୱରରେ ୯.୧ ମି.ମି. ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?